ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ମଣିଷ ପରି ପ୍ରତ୍ୟେକ ଜୀବଜନ୍ତୁଙ୍କର ମଧ୍ୟ ସୁସ୍ଥ ପରିବେଶରେ ବଞ୍ଚତ୍ବାର ସମାନ ଅଧିକାର ରହିଛି। ଜୀବଜନ୍ତୁଙ୍କ ସଂରକ୍ଷଣ ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଜଙ୍ଗଲ, ପରିବେଶ ଓ ଜଳବାୟୂ ପରିବର୍ତ୍ତନ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୬୮ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଯୋଗଦେଇ କହିଲେ, ଜୈବ ବିବିଧତା ଦୃଷ୍ଟିରୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟ। ଆମ ରାଜ୍ୟରେ ବହୁ ବିରଳ ବନ୍ୟପ୍ରାଣୀ ବାସ କରୁଛନ୍ତି। ସେମାନଙ୍କ ଆବସସ୍ଥଳୀର ସୁରକ୍ଷା, ସଂରକ୍ଷଣ ଓ ଅଭିବୃଦ୍ଧି ପାଇଁ ସହଯୋଗର ହାତ ବଢ଼ାଇବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ବିଭାଗୀୟ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଲେ, ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ନୂତନ ପରିବେଶ ପର୍ଯ୍ୟଟନସ୍ଥଳୀ ବିକଶିତ କରିବାର ଯୋଜନା ରହିଛି। ଭାରତୀୟ ଜଙ୍ଗଲ ସର୍ବେକ୍ଷଣ ୨୦୨୧ ଅନୁଯାୟୀ ଗତ ଦୁଇବର୍ଷରେ ଆମ ରାଜ୍ୟରେ ଥିବା ହେନ୍ତାଳ ବନର ଆୟତନ ୮.୩୪ବର୍ଗ କିମି ବୃଦ୍ଧି ପାଇଛି। ଏହି ଅଭିବୃଦ୍ଧି ହାର ଦେଶରେ ସର୍ବାଧିକ ବୋଲି ମନ୍ତ୍ରୀ ପ୍ରକଶ କରିଛନ୍ତି। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ସ୍ଥାନୀୟ ଗ୍ରାମବାସୀଙ୍କୁ ସାମିଲ କରିବା ପାଇଁ ବିଭାଗୀୟ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶୀଲ କୁମାର ପୋପଲି ଏହି ଉତ୍ସବ ପାଳନର ଉଦ୍ଦେଶ୍ୟ ସମ୍ପର୍କରେ କହିିଥିଲେ। ଏହି ଅବସରରେ ବନ୍ୟପ୍ରାଣୀ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ବଲାଙ୍ଗୀରର ବିକିଜି ନାଗ୍‌ ଓ ଗଞ୍ଜାମ ଜିଲାର ରବୀନ୍ଦ୍ରନାଥ ସାହୁଙ୍କୁ ଚଳିତବର୍ଷ ନିମନ୍ତେ ରାଜ୍ୟସ୍ତରୀୟ ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିସହ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ବିଭାଗ ପକ୍ଷରୁ ୩ଟି ପୁସ୍ତକ ଉନ୍ମୋଚିତ ହୋଇଥିଲା। ମୁଖ୍ୟ ବନସଂରକ୍ଷକ(ବନ୍ୟପ୍ରାଣୀ) ମନୋଜ ଭି. ନାୟର ଧନ୍ୟବାଦଦେଇଥିଲେ। ଆୟୋଜିତ ରାଜ୍ୟସ୍ତରୀୟ ଫଟୋଚିତ୍ର ପ୍ରଦର୍ଶନୀକୁ ଅତିଥିମାନେ ବୁଲି ଦେଖିତ୍ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri