ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ କଥା ହୋଇ ବାତ୍ୟା ସମୟରେ ସେ ଯେଉଁ ମାନବିକତାର ନିଦର୍ଶନ ଦେଖାଇଛନ୍ତି ତାକୁ ଧନ୍ୟବାଦ ଦେବା ସହ ପ୍ରଶଂସା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଟେଲିଫୋନ୍‌ ଜରିଆରେ ଶିବାନୀଙ୍କ ସହ କଥା ହୋଇଥିଲେ। ଏହି ସମୟରେ ଆଶାକର୍ମୀ ମୋଟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ଆଣିଥିବା ସେ ଜାଣିବାକୁ ପାଇଥିଲେ। ତାଙ୍କର ଏଭଳି ସେବା ମନୋଭାବ ଲାଗି ତାଙ୍କୁ ପ୍ରଶଂସା କରିବା ସହ ସରକାରଙ୍କ ଏବଂ ସେ ବ୍ୟକ୍ତିଗତ ଭାବେ ଖୁସିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। କେବଳ ଏତିକି ନୁହେଁ ମୁଖ୍ୟମନ୍ତ୍ରୀ ତାଙ୍କର ଖୁସି କାମନା କରିବା ସହ ପରିବାରଲୋକଙ୍କ ବିଷୟରେ ପଚାରି ବୁଝିଥିଲେ। ତାଙ୍କର ପକ୍କାଘର ନ ଥିବା ଜାଣିବାକୁ ପାଇବା ପରେ ତୁରନ୍ତ ତାଙ୍କୁ ଏକ ଘର ଦେବା ଲାଗି ରାଜନଗର ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ତାଙ୍କୁ ଅନ୍ୟାନ୍ୟ ଆବଶ୍ୟକୀୟ ସହାୟତା ଯୋଗାଇ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ାକୁ ଅଧିକ କ୍ଷତି ପହଞ୍ଚିଥିଲା ବେଳେ ସରକାର ପୂର୍ବ ପ୍ରସ୍ତୁତି ସ୍ୱରୂପ ଲକ୍ଷାଧିକ ଲୋକଙ୍କୁ ସ୍ଥାନାନ୍ତରଣ କରିଥିଲେ। ଏହି ସମୟରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ତଟବର୍ତ୍ତୀ ରାଜନଗର ବ୍ଲକର ଉପାନ୍ତ ତଥା ଦୁର୍ଗମ ଅଞ୍ଚଳ ବାଘମାରି ପଞ୍ଚାୟତର ଖାସମୁଣ୍ଡା ଗ୍ରାମର ଆଶାକର୍ମୀ ଶିବାନୀ ମଣ୍ଡଳ ମାନବିକତା ଏବଂ ମହିଳା ଶକ୍ତିର ଜ୍ୱଳନ୍ତ ଉଦାହରଣ ପ୍ରଦର୍ଶନ କରିଛନ୍ତି। ସେହିଗ୍ରାମର ଭିନ୍ନକ୍ଷମ ମହିଳାଙ୍କୁ କାନ୍ଧରେ ବୋହି ବାତ୍ୟାଶ୍ରୟସ୍ଥଳ ଆଣିଥିଲେ।

ଶିବାନୀ ଦେବଦୁତ ସାଜି ଏହି ମହତ କାର୍ଯ୍ୟ କରିଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରଶଂସାର ସୁଅ ଛୁଟିଛି। ଯେଉଁଠି ସ୍ୱାସ୍ଥ୍ୟ ବିଭାଗ ପହଞ୍ଚିବା ଲାଗି ସମୟ ଲାଗେ, ସେହି ଦୁର୍ଗମ ଅଞ୍ଚଳରେ ଶିବାନୀ କେବଳ ଜଣେ ମହିଳା ନୁହେଁ ଅନେକ ବୃଦ୍ଧ ବୃଦ୍ଧାଙ୍କୁ ବାତ୍ୟା ଆଶ୍ରୟସ୍ଥଳୀରେ ପହଞ୍ଚାଇ ଦେବଦୁତ ସାଜିଛନ୍ତି। ଏହି ଖବର ପ୍ରକାଶ ପରେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ଜିଲା ପ୍ରଶାସନ ଶିବାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri