ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ କଥା ହୋଇ ବାତ୍ୟା ସମୟରେ ସେ ଯେଉଁ ମାନବିକତାର ନିଦର୍ଶନ ଦେଖାଇଛନ୍ତି ତାକୁ ଧନ୍ୟବାଦ ଦେବା ସହ ପ୍ରଶଂସା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଟେଲିଫୋନ୍‌ ଜରିଆରେ ଶିବାନୀଙ୍କ ସହ କଥା ହୋଇଥିଲେ। ଏହି ସମୟରେ ଆଶାକର୍ମୀ ମୋଟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ଆଣିଥିବା ସେ ଜାଣିବାକୁ ପାଇଥିଲେ। ତାଙ୍କର ଏଭଳି ସେବା ମନୋଭାବ ଲାଗି ତାଙ୍କୁ ପ୍ରଶଂସା କରିବା ସହ ସରକାରଙ୍କ ଏବଂ ସେ ବ୍ୟକ୍ତିଗତ ଭାବେ ଖୁସିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। କେବଳ ଏତିକି ନୁହେଁ ମୁଖ୍ୟମନ୍ତ୍ରୀ ତାଙ୍କର ଖୁସି କାମନା କରିବା ସହ ପରିବାରଲୋକଙ୍କ ବିଷୟରେ ପଚାରି ବୁଝିଥିଲେ। ତାଙ୍କର ପକ୍କାଘର ନ ଥିବା ଜାଣିବାକୁ ପାଇବା ପରେ ତୁରନ୍ତ ତାଙ୍କୁ ଏକ ଘର ଦେବା ଲାଗି ରାଜନଗର ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ତାଙ୍କୁ ଅନ୍ୟାନ୍ୟ ଆବଶ୍ୟକୀୟ ସହାୟତା ଯୋଗାଇ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ାକୁ ଅଧିକ କ୍ଷତି ପହଞ୍ଚିଥିଲା ବେଳେ ସରକାର ପୂର୍ବ ପ୍ରସ୍ତୁତି ସ୍ୱରୂପ ଲକ୍ଷାଧିକ ଲୋକଙ୍କୁ ସ୍ଥାନାନ୍ତରଣ କରିଥିଲେ। ଏହି ସମୟରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ତଟବର୍ତ୍ତୀ ରାଜନଗର ବ୍ଲକର ଉପାନ୍ତ ତଥା ଦୁର୍ଗମ ଅଞ୍ଚଳ ବାଘମାରି ପଞ୍ଚାୟତର ଖାସମୁଣ୍ଡା ଗ୍ରାମର ଆଶାକର୍ମୀ ଶିବାନୀ ମଣ୍ଡଳ ମାନବିକତା ଏବଂ ମହିଳା ଶକ୍ତିର ଜ୍ୱଳନ୍ତ ଉଦାହରଣ ପ୍ରଦର୍ଶନ କରିଛନ୍ତି। ସେହିଗ୍ରାମର ଭିନ୍ନକ୍ଷମ ମହିଳାଙ୍କୁ କାନ୍ଧରେ ବୋହି ବାତ୍ୟାଶ୍ରୟସ୍ଥଳ ଆଣିଥିଲେ।

ଶିବାନୀ ଦେବଦୁତ ସାଜି ଏହି ମହତ କାର୍ଯ୍ୟ କରିଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରଶଂସାର ସୁଅ ଛୁଟିଛି। ଯେଉଁଠି ସ୍ୱାସ୍ଥ୍ୟ ବିଭାଗ ପହଞ୍ଚିବା ଲାଗି ସମୟ ଲାଗେ, ସେହି ଦୁର୍ଗମ ଅଞ୍ଚଳରେ ଶିବାନୀ କେବଳ ଜଣେ ମହିଳା ନୁହେଁ ଅନେକ ବୃଦ୍ଧ ବୃଦ୍ଧାଙ୍କୁ ବାତ୍ୟା ଆଶ୍ରୟସ୍ଥଳୀରେ ପହଞ୍ଚାଇ ଦେବଦୁତ ସାଜିଛନ୍ତି। ଏହି ଖବର ପ୍ରକାଶ ପରେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ଜିଲା ପ୍ରଶାସନ ଶିବାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri