ଦ୍ରୌପଦୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଓଡ଼ିଶାର ଝିଅ ତଥା ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାରେ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପୁଣି ଥରେ ଶୁଭେଚ୍ଛା ଜଣାଇଛନ୍ତି। ମୁର୍ମୁଙ୍କ ପ୍ରାର୍ଥତ୍ତ୍ୱ ରାଜ୍ୟବାସୀଙ୍କ ପାଇଁ ଏକ ଗର୍ବର ବିଷୟ ବୋଲି ନବୀନ କହିଛନ୍ତି। ଦ୍ରୌପଦୀଙ୍କ ସମର୍ଥନରେ ଓଡ଼ିଶାରୁ ପ୍ରତ୍ୟେକ ଭୋଟ୍‌ ମିଳିବା ଦିଗରେ ଆମେ କାମ କରିବୁ ବୋଲି ସେ ତାଙ୍କୁ ସୂଚନା ଦେଇଛନ୍ତି।
ସୂଚନାନୁସାରେ, ଦ୍ରୌପଦୀ ମୁର୍ମୁ ଗତ ୨୪ ତାରିଖରେ ଏନ୍‌ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ତାଙ୍କୁ ଏନ୍‌ଡିଏ ପକ୍ଷରୁ ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରଠାରୁ ମୁଖ୍ୟମନ୍ତ୍ରୀ ତାଙ୍କ ସମର୍ଥନରେ ଠିଆ ହୋଇଛନ୍ତି। ବିଦେଶ ଗସ୍ତରେ ଥାଇ ନବୀନ ଟୁଇଟ୍‌ କରି ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇବା ସହ ଏ ବିଷୟରେ ପ୍ରଧାନମନ୍ତ୍ରୀ ପୂର୍ବରୁ ତାଙ୍କୁ ସୂଚନା ଦେଇଥିବା ଉଲ୍ଲେଖ କରିଥିଲେ। ସେହିପରି ଦଳମତ ନିର୍ବିଶେଷରେ ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବା ପାଇଁ ରାଜ୍ୟର ସମସ୍ତ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ ମଧ୍ୟ କରିଥିଲେ। କେବଳ ଏତିକି ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବିଜେଡିର ଦୁଇ କ୍ୟାବିନେଟ୍‌ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ତାଙ୍କ ନାମାଙ୍କନପତ୍ର ଦାଖଲ ସମୟରେ ସେଠାରେ ଉପସ୍ଥିତ ରହିବା ସହ ପ୍ରସ୍ତାବକ ଭାବେ ମଧ୍ୟ ଦସ୍ତଖତ କରିଥିଲ। ନାମାଙ୍କନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଥିଲେ। ସଂଖ୍ୟା ଦୃଷ୍ଟିରୁ ଦ୍ରୌପଦୀ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ଏକପ୍ରକାର ସ୍ପଷ୍ଟ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ଦ୍ରୌପଦୀଙ୍କୁ ନେଇ ରାଜ୍ୟ କଂଗ୍ରେସରେ ଦ୍ୱନ୍ଦ୍ୱ ପ୍ରକାଶ ପାଇଥିଲା। ପରେ ଦଳ ତରଫରୁ ସ୍ପଷ୍ଟ କରାଯାଇଛି ଯେ ଦ୍ରୌପଦୀଙ୍କୁ ରାଜ୍ୟ କଂଗ୍ରେସ ସମର୍ଥନ ଦେବନାହିଁ। ଓଡ଼ିଶା ବିଧାନସଭାରେ କଂଗ୍ରେସର ୯ ଜଣ ବିଧାୟକ ରହିଥିବାବେଳେ ଜଣେ ଏମ୍‌ପି ଅଛନ୍ତି। ତେବେ ଜଣେ ଆଦିବାସୀ ଓଡ଼ିଆ ଝିଅଙ୍କୁ କଂଗ୍ରେସ ସମର୍ଥନ ନ ଦେବା ନେଇ ଘୋଷଣା କରିବାରୁ ଭାଜପା କଟାକ୍ଷ କରିଥିଲା। ଜଟଣୀର କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ପ୍ରଥମେ ଦ୍ରୌପଦୀଙ୍କ ସମର୍ଥନରେ ବାହାରିଥିଲେ। ଏନେଇ ସେ ହାଇକମାଣ୍ଡଙ୍କୁ ଚିଠି ଲେଖିବେ ବୋଲି ମଧ୍ୟ ଖୋଲାଖୋଲି ଗଣମାଧ୍ୟମରେ ପ୍ରକାଶ କରିଥିଲେ। କିନ୍ତୁ ପିସିସି ସଭାପତି ଶରତ ପଟ୍ଟନାୟକ କହିଥିଲେ ଯେ, ଭାଜପା ପ୍ରାର୍ଥୀଙ୍କୁ କଂଗ୍ରେସ ସମର୍ଥନ ଦେବାର ପ୍ରଶ୍ନ ଉଠୁନାହିଁ। ଏହାପରେ ରାଉତରାୟ ମତ ପରିବର୍ତ୍ତନ କରିଛନ୍ତି। ହାଇକମାଣ୍ଡଙ୍କ ନିଷ୍ପତ୍ତି ଅନୁସାରେ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ସେ ଭୋଟ୍‌ ଦେବେ ବୋଲି କହିଛନ୍ତି। ପିସିସି ସଭାପତି ସ୍ପଷ୍ଟ କରି କହିଛନ୍ତି ଯେ, ଦ୍ରୌପଦୀ ମୁର୍ମୁ ଓଡ଼ିଶାରେ ଜନ୍ମ ହୋଇଥିବାରୁ ଗର୍ବ କରୁଛୁ। ହେଲେ ଏହା ମାଟିର ଲଢ଼େଇ ନୁହେଁ, ପାର୍ଟିର ଲଢ଼େଇ। ମାଟି ପାଇଁ ଲଢ଼େଇ ହେଲେ ଜୀବନ ଦେଇଦେବୁ। କିନ୍ତୁ ହାଇକମାଣ୍ଡ ଯାହାକୁ କହିବେ ତାଙ୍କୁ ଭୋଟ୍‌ ଦେବୁ। ବିହାର ମାଟିର ଯଶୱନ୍ତ ସିହ୍ନାଙ୍କୁ ସେଠାକାର ଭାଜପା ନେତାମାନେ ଭୋଟ୍‌ ଦେବ କି ବୋଲି ପିସିସି ସଭାପତି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri