ହକି ଖେଳାଳିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଆସିବା ପାଇଁ କଲେ ନିମନ୍ତ୍ରଣ

ଭୁବନେଶ୍ୱର,୯ା୮: ପ୍ୟାରିସ୍‌ ଅଲିମ୍ପିକ୍ସରେ ସ୍ପେନ୍‌ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରି ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ପାଇଥିବାରୁ ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ୍‌ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ସମସ୍ତ ଖେଳାଳିଙ୍କ ସହ ଫୋନ୍‌ରେ କଥା ହୋଇଛି। ଏହି ବ୍ରୋଞ୍ଜ ପଦକ ବର୍ଷବର୍ଷ ଧରି ହକି ପ୍ରତି ଆମର ଉତ୍ସର୍ଗୀକୃତ ମନୋଭାବର ପ୍ରତିଫଳନ ଅଟେ।

ପ୍ରତ୍ୟେକ ଓଡ଼ିଶାବାସୀ ଏହି ସଫଳତାରେ ଗର୍ବିତ। ହକି ଖେଳାଳିମାନେ ଆମ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ସେମାନଙ୍କୁ ଶୀଘ୍ର ଓଡ଼ିଶା ଆସିବାକୁ ମୁଁ ନିମନ୍ତ୍ରଣ କରିଛି। ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଭାରତୀୟ ହକି ଦଳ ନିଜର କ୍ରୀଡ଼ା ନୈପୁଣ୍ୟ ଦ୍ବାରା ଦେଶର ସମଗ୍ର ଯୁବପିଢ଼ିଙ୍କୁ ଅନୁପ୍ରାଣିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ତରଫରୁ ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଏବଂ ପ୍ରତ୍ୟେକ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଓଡ଼ିଆ ଖେଳାଳି ଅମିତ୍ ରୋହିଦାସଙ୍କୁ ୪ କୋଟି ଟଙ୍କାର ସତନ୍ତ୍ର ପୁରସ୍କାର ମଧ୍ୟ ଘୋଷଣା କରିଛନ୍ତି। ଯାହାକି ଓଡ଼ିଶାର ଅସଂଖ୍ୟ କ୍ରୀଡ଼ାବିତଙ୍କୁ ଏହି ସଫଳତା ଉତ୍ସାହିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri