ହକି ଖେଳାଳିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଆସିବା ପାଇଁ କଲେ ନିମନ୍ତ୍ରଣ

ଭୁବନେଶ୍ୱର,୯ା୮: ପ୍ୟାରିସ୍‌ ଅଲିମ୍ପିକ୍ସରେ ସ୍ପେନ୍‌ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରି ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ପାଇଥିବାରୁ ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ୍‌ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ସମସ୍ତ ଖେଳାଳିଙ୍କ ସହ ଫୋନ୍‌ରେ କଥା ହୋଇଛି। ଏହି ବ୍ରୋଞ୍ଜ ପଦକ ବର୍ଷବର୍ଷ ଧରି ହକି ପ୍ରତି ଆମର ଉତ୍ସର୍ଗୀକୃତ ମନୋଭାବର ପ୍ରତିଫଳନ ଅଟେ।

ପ୍ରତ୍ୟେକ ଓଡ଼ିଶାବାସୀ ଏହି ସଫଳତାରେ ଗର୍ବିତ। ହକି ଖେଳାଳିମାନେ ଆମ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ସେମାନଙ୍କୁ ଶୀଘ୍ର ଓଡ଼ିଶା ଆସିବାକୁ ମୁଁ ନିମନ୍ତ୍ରଣ କରିଛି। ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଭାରତୀୟ ହକି ଦଳ ନିଜର କ୍ରୀଡ଼ା ନୈପୁଣ୍ୟ ଦ୍ବାରା ଦେଶର ସମଗ୍ର ଯୁବପିଢ଼ିଙ୍କୁ ଅନୁପ୍ରାଣିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ତରଫରୁ ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଏବଂ ପ୍ରତ୍ୟେକ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଓଡ଼ିଆ ଖେଳାଳି ଅମିତ୍ ରୋହିଦାସଙ୍କୁ ୪ କୋଟି ଟଙ୍କାର ସତନ୍ତ୍ର ପୁରସ୍କାର ମଧ୍ୟ ଘୋଷଣା କରିଛନ୍ତି। ଯାହାକି ଓଡ଼ିଶାର ଅସଂଖ୍ୟ କ୍ରୀଡ଼ାବିତଙ୍କୁ ଏହି ସଫଳତା ଉତ୍ସାହିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri