କୋଲକାତା ଗଣବଳାତ୍କାର ପୀଡ଼ିତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା

ଭୁବନେଶ୍ୱର,୧୪ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗ ଦୁର୍ଗାପୁରଠାରେ ଗଣବଳାତ୍କାରର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ ମା’ ଏବଂ ସେଠାରେ ଉପସ୍ଥିତ ଓଡ଼ିଶା ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ଝିଅଙ୍କୁ କହିଛନ୍ତି, ଚିନ୍ତା କରନାହିଁ, ଓଡ଼ିଶା ସରକାର ସମ୍ପୂର୍ଣ୍ଣ ଭାବେ ତୁମ ସହିତ ଅଛନ୍ତି। ଝିଅ ଯେପରି ଶୀଘ୍ର ସୁସ୍ଥ ହେବ, ସେଥିପାଇଁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି ଏବଂ ଏଥିପାଇଁ ନିୟମ ଅନୁଯାୟୀ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ପୀଡ଼ିତାଙ୍କ ମା’ଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇ ଏ କ୍ଷେତ୍ରରେ ଅପରାଧୀମାନେ ଯେପରି ଶୀଘ୍ର ଏବଂ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇବେ, ସେଥିପାଇଁ ଓଡ଼ିଶା ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି ବୋଲି କହିଥିଲେ। ସେଠାରେ ଉପସ୍ଥିତ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷାକରି ଝିଅକୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେବା ସହିତ, ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍‌ର ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସମ୍ପୃକ୍ତ ପୀଡ଼ିତା ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ଝିଅ ବାପାଙ୍କ ସହିତ ମଧ୍ୟ କଥା ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri