ମହିଳା ହକି ଟିମ୍‌ ସହ ଭିଡିଓ କଲ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୮(ବ୍ୟୁରୋ): ମହିଳା ହକି ଟିମ୍‌ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କଲ୍‌ରେ କଥା ହେବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଗ୍ରେଟ୍‌ ବ୍ରିଟେନ ବିରୋଧରେ ସଂଘର୍ଷପୂର୍ଣ୍ଣ ବ୍ରୋଞ୍ଚ ଲଢ଼େଇରେ ପରାସ୍ତ ହୋଇଥିଲେ ସୁଦ୍ଧା ମନୋବଳ ଦୃଢ଼ କରିବାକୁ ନବୀନ କହିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ଜବରଦସ୍ତ ପ୍ରଦର୍ଶନ କରିଛି ମହିଳା ହକି ଟିମ୍‌ । ଦଳର ଦୁଇଜଣ ଓଡ଼ିଆ ଖେଳାଳି ଉପଅଧିନାୟିକା ତଥା ଡିଫେଣ୍ଡର ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ, ବ୍ରୋଞ୍ଚ ପଦକ ନେଇ ଆଜି ଖେଳାଯାଇଥିବା ଗ୍ରେଟ୍‌ ବ୍ରିଟେନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚରେ ଭାରତୀୟ ମହିଳା ହକି ଦଳ ପରାସ୍ତ ହୋଇଛି। କଡ଼ା ଟକ୍କର ଦେଇ ୪-୩ ଗୋଲରେ ଗ୍ରେଟ୍‌ ବିଟେନଠାରୁ ଦଳ ହାରିଛି। ପ୍ରଥମ କ୍ୱାର୍ଟରରେ ମ୍ୟାଚ ୦-୦ ଗୋଲରେ ସ୍ଥିତି ବରାବର ରହିଥିଲା । ଦ୍ୱତୀୟ କ୍ୱାର୍ଟର ପ୍ରଥମାର୍ଦ୍ଧରେ ଗ୍ରେଟ୍‌ ବ୍ରିଟେନ ୨ଟି ଗୋଲ କରି ଆଗୁଆ ରହିଥିବା ବେଳେ ଜବରଦସ୍ତ ଖେଳିଥିଲା ଭାରତୀୟ ଦଳ। ଗୁରୁଜିତ୍‌ କୌର ଲଗାତର ୨ଟି ଗୋଲ ସ୍କୋର କରିଥିବା ବେଳେ ବନ୍ଦନା କଟାରିଆଙ୍କ ଆଉ ୧ ଗୋଲ କରି ମ୍ୟାଚରେ ଆଗୁଆ ରହିଥିଲେ । କିନ୍ତୁ ପୁଣି ଗ୍ରେଟ୍‌ ବ୍ରିଟେନ ଆଉ ୨ଟି ଗୋଲ କରିବା ସହ ମ୍ୟାଚରେ ଆଗୁଆ ରହିଥିଲା। ଶେଷ ପର୍ଯ୍ୟନ୍ତ ସମାନ ସ୍କୋର ବଜାୟୀ ରଖିବା ସହ ବିଜୟୀ ହୋଇଥିଲା ଗ୍ରେଟ୍‌ ବ୍ରିଟେନ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri