ମୁଢ଼ି ଖାଇଲେ ମୁଖ୍ୟମନ୍ତ୍ରୀ, ଦଳୀୟ କାର୍ଯ୍ୟାଳୟରେ ୪ ଘଣ୍ଟା ରହିଲେ

ଭୁବନେଶ୍ୱର, ୨୩ା୧(ସୁନିତ୍‌ ମିଶ୍ର):ସରକାର ଏବଂ ସଙ୍ଗଠନ ମଧ୍ୟରେ କିପରି ଅଧିକ ସମନ୍ବୟ ରହିପାରିବ ତାକୁ ନେଇ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର, ୨ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂଦେଓ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଅନ୍ୟ ପଦାଧିକାରୀ ପ୍ରମୁଖ ବୈଠକରେ ସାମିଲ ହୋଇଛନ୍ତି। କ୍ୟାବିନେଟ୍‌ ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ଦଳୀୟ କାର୍ଯ୍ୟାଳୟକୁ ଆସି ପ୍ରାୟ ୪ ଘଣ୍ଟା ସମୟ ବିତାଇଥିବା ଜଣାପଡ଼ିଛି। ୪ଟା ପରେ ଆରମ୍ଭ ହୋଇଥିବା ବୈଠକରେ ମୁଖ୍ୟମନ୍ତ୍ରୀ ଆସନ୍ତା ୨୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ସମ୍ପର୍କରେ ଆଲୋଚନା କରିଥିଲେ । ଗତ ୭ ମାସ ମଧ୍ୟରେ ପ୍ରଧାନମନ୍ତ୍ରୀ ୫ମ ଥର ଲାଗି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗତ ୭ ମାସ ଭିତରେ ସେ ଗୁଜରାଟ ମଧ୍ୟ ଏତେଥର ଯାଇନାହାନ୍ତି। ତେଣୁ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ବିଶେଷ ଧ୍ୟାନ ଦେଉଥିବାରୁ ତାଙ୍କ ଗସ୍ତ କାର୍ଯ୍ୟକ୍ରମରେ ଗତଥର ତୁଳନାରେ ଅଧିକ ଭବ୍ୟ ସମ୍ବର୍ଦ୍ଧନା ଦେବା ନେଇ ବୈଠକରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ଆସନ୍ତା ୨୮ରେ ସକାଳ ୧୦ଟା ୩୫ରେ ପହଞ୍ଚିବେ। ତେଣୁ ଏହା ପୂର୍ବରୁ କିପରି ଅଧିକ ଲୋକ ବିମାନବନ୍ଦରଠାରେ ଏକତ୍ରିତ ହୋଇପାରିବେ ସେନେଇ ଆଲୋଚନା ହୋଇଛି। ଏହା ସହ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ଜାନୁଆରୀ ଶେଷ ସପ୍ତାହ ବେଳକୁ ପ୍ରଦାନ କରାଯିବ। ଏହା ଯାଜପୁର ଜିଲାରେ ଅନୁଷ୍ଠିତ ହେବାକୁ ଥିବା ଆଲୋଚନା ହୋଇଛି। ଏହାସହ କ୍ୟାବିନେଟ୍‌ରେ ନିଆଯାଇଥିବା ନିଷ୍ପତ୍ତିଗୁଡ଼ିକ ଉପରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜଳ ବିଶୋଧନ ଆଦି ବିଭିନ୍ନ ବିଷୟରେ ମଧ୍ୟ ଆଲୋଚନା ହୋଇଛି। ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ବୈଠକ ସା ପ୍ରାୟ ୭ଟା ପର୍ଯ୍ୟନ୍ତ ଚାଲିଥିଲା। ଏହା ଭିତରେ ଦଳର ସାଙ୍ଗଠନିକ ନିର୍ବାଚନ ଆଦି ବିଷୟରେ ମଧ୍ୟ ଆଲୋଚନା ହୋଇଛି ।
ଏହାପରେ ମୁଖ୍ୟମନ୍ତ୍ରୀ ରାତି ପ୍ରାୟ ୮ଟା ପର୍ଯ୍ୟନ୍ତ ଦଳୀୟ କାର୍ଯ୍ୟାଳୟରେ ରହିଥିଲେ। ରାଜ୍ୟରେ ଭାଜପା ସରକାର ଆସିବା ପରେ ଦଳ ଆଣିଥିବା ନୂଆ ଯୋଜନାଗୁଡ଼ିକ କିପରି ଅଧିକରୁ ଅଧିକ ଲୋକମାନଙ୍କ ନିକଟରେ ପହଞ୍ଚିପାରିବ ତାହା ଉପରେ ବିଶେଷ ଭାବେ ଆଲୋଚନା ହୋଇଥିଲା। ଏହାସହ ପଞ୍ଚାୟତସ୍ତରରେ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ସବୁ ଯେପରି ପହଞ୍ଚିପାରିବ ତାହା ଉପରେ ମଧ୍ୟ ବିଶେଷ ଭାବେ ଆଲୋଚନା କରାଯାଇଥିବା ଜଣାପଡ଼ିଛି। ଆୟୁଷ୍ମାନ୍‌ ଭାରତ ଯୋଜନାର ବ୍ୟାପକ ପ୍ରଚାର, ସୁଭଦ୍ରା ଯୋଜନାରୁ ବାଦ୍‌ ପଡ଼ିଥିବା ମହିଳାଙ୍କୁ ସାମିଲ କରିବା ଆଦି ବିଷୟ ଉପରେ ମୁଖ୍ୟତଃ ବୈଠକରେ ଚର୍ଚ୍ଚା ହୋଇଛି। ଏହାସହ ମୁଖ୍ୟମନ୍ତ୍ରୀ ମୁଢ଼ି ଖାଇ ବ୍ୟକ୍ତିଗତ ଭାବେ ପ୍ରଭାରୀ ଏବଂ ଅନ୍ୟ କେତେଜଣଙ୍କ ସହ ଭେଟି ଚାଲିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri