ନିଜେ ଝାଡୁ ମାରି ସ୍ବଚ୍ଛତାର ସହ କାର୍ଯ୍ୟ କରିବାକୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୯: ସ୍ବଚ୍ଛତା ହିଁ ସେବା ୨୦୨୫ ଅଭିଯାନ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଆୟୋଜିତ ଗଣସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକ, ମେୟର ଏବଂ ସ୍ଥାନୀୟ ଜନସାଧାରଣ ଓ ଛାତ୍ରୀଛାତ୍ର ସଫେଇ କାର୍ଯ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀ ‘ଏକ ପେଡ୍‌ ମା’ କେ ନାମ୍‌ ୨.୦’ କାର୍ଯ୍ୟକ୍ରମ ଅଧିନରେ ସ୍ଥାନୀୟ ଦେବୀପାଦହରା ପୁଷ୍କରିଣୀ ନିକଟରେ ବୃକ୍ଷରୋପଣ କରିଥିଲେ।

ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି, ଉଦ୍‌ବୋଧନ ଦେଇ କହିଥିଲେ ଯେ, ଆଜିର ଦିନଟି ସାଧାରଣ ଦିନ ନୁହେଁ, ଏହା ଆମ ଦେଶର ମହାନ ଚିନ୍ତକ, ରାଷ୍ଟ୍ରଭକ୍ତ ଓ ଆଦର୍ଶବାଦୀ ନେତାଙ୍କୁ ସ୍ମରଣ କରି ତାଙ୍କ ମୂଲ୍ୟବୋଧ ଓ ନୀତିକୁ ଆଗାମୀ ପିଢି ସାମ୍‌ନାରେ ଉପସ୍ଥାପିତ କରିବାର ଅବସର ଅଟେ।

ଓଡ଼ିଶାକୁ ସମୃଦ୍ଧ ଓଡ଼ଶା ଓ ନୂଆ ଓଡ଼ିଶାରେ ପରିଣତ କରିବା ପାଇଁ ଆମ ସମସ୍ତଙ୍କୁ ଆଜି ସଂକଳ୍ପ ନେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ବଚ୍ଛତା କ୍ଷେତ୍ରରେ ସମସ୍ତଙ୍କୁ ଅଧିକ ସଚେତନ କରାଇବାର ଆବଶ୍ୟକତା ରହିଛି। ସଫେଇ କ୍ଷେତ୍ରରେ ଦେଶର ପ୍ରଥମ ତିନୋଟି ସ୍ଥାନରେ ରହିବା ପାଇଁ ଆମ ସମସ୍ତଙ୍କୁ କାର୍ଯ୍ୟକରିବାକୁ ପଡ଼ିବ।
ସେ ପୁଣି କହିଥିଲେ ଆଗାମୀ ଦିନରେ ଅବର୍ଜନାରୁ କୋଇଲା ଏବଂ କୋଇଲାରୁ ଶକ୍ତି ଉତ୍ପାଦନ କରିବା ପାଇଁ ଆମର ଯୋଜନା ରହିଛି।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ, କର୍ପୋରେଟର ବୃନ୍ଦ, ସମାଜସେବୀ ଜଗନ୍ନାଥ ପ୍ରଧାନ ଓ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମରେ ଭୁବନେଶ୍ୱର ମହାନଗର ନିଗମର କମିଶନର ଚଞ୍ଚଲ ରାଣା ସ୍ବଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri