ପରିକ୍ରମା ମାର୍ଗ ପୁନଃ ପ୍ରଦକ୍ଷିଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨୪।୧(ଅଜିତ୍‌ ମହାନ୍ତି): ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନ ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏଥିସହ ପରିକ୍ରମା ପ୍ରକଳ୍ପ ମାର୍ଗ ପୁନଃ ପ୍ରଦକ୍ଷିଣ କରିଛନ୍ତି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଆସିଥିଲେ। ଭକ୍ତମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କରେ ଅନୁଭୂତି ନେବା ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତାପୂର୍ଣ୍ଣ ପରିବେଶ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥିଲେ।
ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଆସି ମାଟିତୋଟା ମୌଜାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ସେଠାରେ ତାଙ୍କୁ ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍‌ପି କନଓ୍ବର ବିଶାଲ ସିଂ ସ୍ବାଗତ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ସମଙ୍ଗଠାରୁ ଶ୍ରୀସେତୁ ଦେଇ ଶ୍ରୀଜଗନ୍ନାଥ ପିଲିଗ୍ରିମ ସେଣ୍ଟରରେ ପହଞ୍ଚତ୍ଥିଲେ। ସେଠାରୁ ଶ୍ରୀମାର୍ଗ ଦେଇ ବ୍ୟାଟେରିଚାଳିତ ଗାଡ଼ିରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ନିକଟରେ ପହଞ୍ଚତ୍ଥିଲେ। ସିଂହଦ୍ୱାର ସମ୍ମୁଖରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍‌ପି, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଏବଂ ଦଳୀୟ କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରି ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ମୁଖ୍ୟମନ୍ତ୍ରୀ ଅରୁଣସ୍ତମ୍ଭ ନିକଟରେ ପତିତପାବନଙ୍କୁ ଦର୍ଶନ କରି ବାଇଶିପାହାଚ ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ। ସେ ଭିତରକାଠ ନିକଟରେ ରତ୍ନସିଂହାସନାରୂଢ ଶ୍ରୀବିଗ୍ରହମାନଙ୍କ ଦର୍ଶନ କରି ଆଶିଷ ଲାଭ କରିବା ସହ ଭାବବିହ୍ବଳ ହୋଇପଡ଼ିିଥିଲେ। ପରେ ଶ୍ରୀମନ୍ଦିରରେ କିଛି ସମୟ ଅତିବାହିତ କରି ସେବାୟତଙ୍କ ଉନ୍ନତି ଓ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏହାପରେ ଶ୍ରୀମନ୍ଦିରରୁ ପ୍ରସ୍ଥାନ କରିଥିଲେ। ଏହି ଅବସରରେ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ଖଣ୍ଡୁଆ ପ୍ରଦାନ କରାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀ ବଡ଼ଦାଣ୍ଡରେ ଥିବା ଭକ୍ତମାନଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ। ଏହି ସମୟରେ ଭକ୍ତମାନେ ଜୟ ଜଗନ୍ନାଥ ଧ୍ୱନି ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ବ୍ୟାଟେରିଚାଳିତ ଗାଡ଼ିରେ ବସି ପରିକ୍ରମା ମାର୍ଗରେ ଶ୍ରୀମନ୍ଦିର ଚାରିପଟ ପ୍ରଦକ୍ଷିଣ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଶ୍ରୀଦାଣ୍ଡ, ଶ୍ରୀଜଗନ୍ନାଥ ପିଲିଗ୍ରିମ ସେଣ୍ଟର ଓ ଶ୍ରୀସେତୁ ଦେଇ ଭୁବନେଶ୍ୱର ଅଭିମୁଖେ ଫେରିଯାଇଥିଲେ।
ପୂର୍ବତନ ନଗରପାଳ ତଥା ବରିଷ୍ଠ ସେବାୟତ ଗୌରହରି ପ୍ରଧାନ କହିଛନ୍ତି, ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଭିତରକାଠ ନିକଟରେ ଶ୍ରୀବିଗ୍ରହମାନଙ୍କ ଦର୍ଶନ କରି ଭାବବିହ୍ବଳ ହୋଇପଡ଼ିିଥିଲେ। ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସେବାୟତଙ୍କ ଭଲମନ୍ଦ ବୁଝିଥିଲେ। ପରେ ସେବାୟତଙ୍କ ସମସ୍ୟାର ସମାଧାନ ପାଇଁ ତାଙ୍କୁ ମନେ ପକାଇଦେବା ନିମନ୍ତେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଶ୍ରୀମନ୍ଦିର ପରିସରକୁ ସ୍ବଚ୍ଛ ରଖିବା ପାଇଁ ସେବାୟତମାନଙ୍କୁ ପରାମର୍ଶ ଦେଇଛନ୍ତି। ପରିକ୍ରମା ମାର୍ଗ ଲୋକାର୍ପଣ ପରେ ଭକ୍ତମାନେ କିପରି ସୁବିଧା ପାଉଛନ୍ତି, ତାହାର ଅନୁଧ୍ୟାନ ପାଇଁ ମୁଖ୍ୟମନ୍ତ୍ରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ପରିକ୍ରମା ମାର୍ଗ ପ୍ରଦକ୍ଷିଣ କରିଛନ୍ତି ବୋଲି ପ୍ରଧାନ କହିଛନ୍ତି। ସେହିପରି ରାଜ୍ୟ ଯୁବବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆ ଏବଂ ବିଜେଡି ରାଜ୍ୟ ଉପସଭାପତି ସୁନୀଲ ମହାନ୍ତି କହିଛନ୍ତି, ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରରେ ବେଶ୍‌ ଭାବବିହ୍ବଳ ଓ ସମର୍ପିତ ହୋଇ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଇଁ କାମ କରିଛନ୍ତି। ସେ ସେବାୟତଙ୍କ ସମେତ ଶ୍ରୀମନ୍ଦିରର ଉନ୍ନତି ପାଇଁ ଆଉ କି ପଦକ୍ଷେପ ନିଆଯାଇପାରିବ ବୋଲି ପଚାରି ବୁଝିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଅତି ପାଖରେ ପାଇ ଭକ୍ତ ଓ ପର୍ଯ୍ୟଟକମାନେ ଉତ୍ସାହିତ ହୋଇପଡ଼ିଥିଲେ। ଜନସାଧାରଣ ମଧ୍ୟ ଖୁସିବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଥିଲେ। ଉକ୍ତ ଦିନ ସେ ସିଂହଦ୍ୱାର ସମ୍ମୁଖରେ ପତିତପାବନଙ୍କୁ ଦର୍ଶନ କରି ପରିକ୍ରମା ମାର୍ଗରେ ଶ୍ରୀମନ୍ଦିର ପ୍ରଦକ୍ଷିଣ କରିଥିଲେ। ମାତ୍ର ଶ୍ରୀମନ୍ଦିରକୁ ଯାଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri