ପରିକ୍ରମା ମାର୍ଗ ପୁନଃ ପ୍ରଦକ୍ଷିଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨୪।୧(ଅଜିତ୍‌ ମହାନ୍ତି): ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନ ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏଥିସହ ପରିକ୍ରମା ପ୍ରକଳ୍ପ ମାର୍ଗ ପୁନଃ ପ୍ରଦକ୍ଷିଣ କରିଛନ୍ତି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଆସିଥିଲେ। ଭକ୍ତମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କରେ ଅନୁଭୂତି ନେବା ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତାପୂର୍ଣ୍ଣ ପରିବେଶ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥିଲେ।
ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଆସି ମାଟିତୋଟା ମୌଜାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ସେଠାରେ ତାଙ୍କୁ ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍‌ପି କନଓ୍ବର ବିଶାଲ ସିଂ ସ୍ବାଗତ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ସମଙ୍ଗଠାରୁ ଶ୍ରୀସେତୁ ଦେଇ ଶ୍ରୀଜଗନ୍ନାଥ ପିଲିଗ୍ରିମ ସେଣ୍ଟରରେ ପହଞ୍ଚତ୍ଥିଲେ। ସେଠାରୁ ଶ୍ରୀମାର୍ଗ ଦେଇ ବ୍ୟାଟେରିଚାଳିତ ଗାଡ଼ିରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ନିକଟରେ ପହଞ୍ଚତ୍ଥିଲେ। ସିଂହଦ୍ୱାର ସମ୍ମୁଖରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍‌ପି, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଏବଂ ଦଳୀୟ କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରି ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ମୁଖ୍ୟମନ୍ତ୍ରୀ ଅରୁଣସ୍ତମ୍ଭ ନିକଟରେ ପତିତପାବନଙ୍କୁ ଦର୍ଶନ କରି ବାଇଶିପାହାଚ ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ। ସେ ଭିତରକାଠ ନିକଟରେ ରତ୍ନସିଂହାସନାରୂଢ ଶ୍ରୀବିଗ୍ରହମାନଙ୍କ ଦର୍ଶନ କରି ଆଶିଷ ଲାଭ କରିବା ସହ ଭାବବିହ୍ବଳ ହୋଇପଡ଼ିିଥିଲେ। ପରେ ଶ୍ରୀମନ୍ଦିରରେ କିଛି ସମୟ ଅତିବାହିତ କରି ସେବାୟତଙ୍କ ଉନ୍ନତି ଓ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏହାପରେ ଶ୍ରୀମନ୍ଦିରରୁ ପ୍ରସ୍ଥାନ କରିଥିଲେ। ଏହି ଅବସରରେ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ଖଣ୍ଡୁଆ ପ୍ରଦାନ କରାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀ ବଡ଼ଦାଣ୍ଡରେ ଥିବା ଭକ୍ତମାନଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ। ଏହି ସମୟରେ ଭକ୍ତମାନେ ଜୟ ଜଗନ୍ନାଥ ଧ୍ୱନି ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ବ୍ୟାଟେରିଚାଳିତ ଗାଡ଼ିରେ ବସି ପରିକ୍ରମା ମାର୍ଗରେ ଶ୍ରୀମନ୍ଦିର ଚାରିପଟ ପ୍ରଦକ୍ଷିଣ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଶ୍ରୀଦାଣ୍ଡ, ଶ୍ରୀଜଗନ୍ନାଥ ପିଲିଗ୍ରିମ ସେଣ୍ଟର ଓ ଶ୍ରୀସେତୁ ଦେଇ ଭୁବନେଶ୍ୱର ଅଭିମୁଖେ ଫେରିଯାଇଥିଲେ।
ପୂର୍ବତନ ନଗରପାଳ ତଥା ବରିଷ୍ଠ ସେବାୟତ ଗୌରହରି ପ୍ରଧାନ କହିଛନ୍ତି, ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଭିତରକାଠ ନିକଟରେ ଶ୍ରୀବିଗ୍ରହମାନଙ୍କ ଦର୍ଶନ କରି ଭାବବିହ୍ବଳ ହୋଇପଡ଼ିିଥିଲେ। ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସେବାୟତଙ୍କ ଭଲମନ୍ଦ ବୁଝିଥିଲେ। ପରେ ସେବାୟତଙ୍କ ସମସ୍ୟାର ସମାଧାନ ପାଇଁ ତାଙ୍କୁ ମନେ ପକାଇଦେବା ନିମନ୍ତେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଶ୍ରୀମନ୍ଦିର ପରିସରକୁ ସ୍ବଚ୍ଛ ରଖିବା ପାଇଁ ସେବାୟତମାନଙ୍କୁ ପରାମର୍ଶ ଦେଇଛନ୍ତି। ପରିକ୍ରମା ମାର୍ଗ ଲୋକାର୍ପଣ ପରେ ଭକ୍ତମାନେ କିପରି ସୁବିଧା ପାଉଛନ୍ତି, ତାହାର ଅନୁଧ୍ୟାନ ପାଇଁ ମୁଖ୍ୟମନ୍ତ୍ରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ପରିକ୍ରମା ମାର୍ଗ ପ୍ରଦକ୍ଷିଣ କରିଛନ୍ତି ବୋଲି ପ୍ରଧାନ କହିଛନ୍ତି। ସେହିପରି ରାଜ୍ୟ ଯୁବବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆ ଏବଂ ବିଜେଡି ରାଜ୍ୟ ଉପସଭାପତି ସୁନୀଲ ମହାନ୍ତି କହିଛନ୍ତି, ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରରେ ବେଶ୍‌ ଭାବବିହ୍ବଳ ଓ ସମର୍ପିତ ହୋଇ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଇଁ କାମ କରିଛନ୍ତି। ସେ ସେବାୟତଙ୍କ ସମେତ ଶ୍ରୀମନ୍ଦିରର ଉନ୍ନତି ପାଇଁ ଆଉ କି ପଦକ୍ଷେପ ନିଆଯାଇପାରିବ ବୋଲି ପଚାରି ବୁଝିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଅତି ପାଖରେ ପାଇ ଭକ୍ତ ଓ ପର୍ଯ୍ୟଟକମାନେ ଉତ୍ସାହିତ ହୋଇପଡ଼ିଥିଲେ। ଜନସାଧାରଣ ମଧ୍ୟ ଖୁସିବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଥିଲେ। ଉକ୍ତ ଦିନ ସେ ସିଂହଦ୍ୱାର ସମ୍ମୁଖରେ ପତିତପାବନଙ୍କୁ ଦର୍ଶନ କରି ପରିକ୍ରମା ମାର୍ଗରେ ଶ୍ରୀମନ୍ଦିର ପ୍ରଦକ୍ଷିଣ କରିଥିଲେ। ମାତ୍ର ଶ୍ରୀମନ୍ଦିରକୁ ଯାଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?