ବାଲେଶ୍ବର ବନ୍ୟାଞ୍ଚଳ ବୁଲି ମୁଖ୍ୟମନ୍ତ୍ରୀ କହିଲେ ସ୍ଥିତି…

ବାଲେଶ୍ୱର,୧୮।୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲାରେ ବନ୍ୟାସ୍ଥିତି ଉଦ୍‌ବେଗଜନକ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ  ଏଭଳି ସୂଚନା ଦେଇଛନ୍ତ। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ୩ ନଦୀରେ ଜଳସ୍ତର ବଢ଼ିଛି। ବାଲେଶ୍ବର ଜିଲାର ୬ଟି ବ୍ଲକର ୮ ହଜାର ହେକ୍ଟର ଜମି ଜଳମଗ୍ନ ହୋଇପଡ଼ିଛି। ୩ଟି ବ୍ଲକର ୩୫ଟି ଗ୍ରାମପଞ୍ଚାୟତ ବେଶି ପ୍ରଭାବିତ ହୋଇଛି।
ତଳିଆ ଅଞ୍ଚଳରୁ ୨ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି। ସେମାନଙ୍କୁ ବନ୍ୟା ଆଶ୍ରୟସ୍ଥଳୀରେ ରଖାଯାଇ ରନ୍ଧାଖାଦ୍ୟ ଦିଆଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷେ ଉଦ୍ଧାର କାର୍ଯ୍ୟରେ ୮ ଅଗ୍ନିଶମ, ୩ ଓଡ୍ରାଫ, ୧ ଏନ୍‌ଡିଆର୍‌ଏଫ ଟିମ ମୁତୟନ  ହୋଇଛନ୍ତି। ସୁବର୍ଣ୍ଣରେଖା ନଦୀରେ ବନ୍ୟା ନିୟନ୍ତ୍ରଣ ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ସ୍ଥାୟୀ ପ୍ରତିକାର ପାଇଁ ରୋଡମ୍ୟାପ କରିବାକୁ ଇଆଇସିଙ୍କୁ କୁହାଯାଇଛି। ଇଆଇସିଙ୍କ ରିପୋର୍ଟ ମିଳିବା ପରେ ଏ ନେଇ ପଦକ୍ଷେପ ନିଆଯିବ।  ପୂର୍ଣ୍ଣିମା ଯୋଗୁ ପାଣି ଛାଡୁନି, ଆଉ ଦିନକ ପରେ ସ୍ଥିତି ସ୍ବାଭାବିକ ହେବ ବୋଲି ଆଶା ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ  ବୁଧବାର ବାଲେଶ୍ୱର ଗସ୍ତରେ ଆସି ଆକାଶମାର୍ଗରେ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି l ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ଆସି ବାଲେଶ୍ୱର ଜିଲା ଅନ୍ତର୍ଗତ ଭୋଗରାଇ, ଜଳେଶ୍ୱର ଓ ବାଲିଆପାଳ ବ୍ଲକ ଅଞ୍ଚଳରେ ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଥିଲେ l ଦୀର୍ଘଦିନ ଧରି ଲଗାଣ ବର୍ଷା କାରଣରୁ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସି ଏହି ତିନି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି l  ବହୁ ଗାଁ ପାଣି ଘେରରେ ଥିବାବେଳେ ହଜାର ହଜାର ହେକ୍ଟର ଚାଷ ଜମି ଜଳାର୍ଣ୍ଣବ ହୋଇଛି l ଉକ୍ତ ଅଞ୍ଚଳ ପରିଦର୍ଶନ କରି ସାରିବା ପରେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ସହର ଉପକଣ୍ଠରେ ଥିବା ପଦ୍ମାବତୀ ପାର୍କରେ ପହଞ୍ଚିଥିଲେ l ସେଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ପାର୍କ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ l ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ,ଏମପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ,ସରକାରୀ ଦଳ ଉପ ସଚେତକ ଗୋବିନ୍ଦ ଦାସ, ବିଧାୟକ ମାନସ କୁମାର ଦତ୍ତ, ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ, ଆରଡ଼ିସି ଙ୍କ ସମେତ ଉପଜିଲାପାଳ, ଅତିରିକ୍ତ ଜିଲାପାଳ ଓ ବିଭାଗୀୟ ଅଧିକାରୀଗଣ ଉପସ୍ଥିତ ଥିଲେ l ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା ସହ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ l ବାଲେଶ୍ୱରକୁ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ ଅଟେ l

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri