ବାଲେଶ୍ବର ବନ୍ୟାଞ୍ଚଳ ବୁଲି ମୁଖ୍ୟମନ୍ତ୍ରୀ କହିଲେ ସ୍ଥିତି…

ବାଲେଶ୍ୱର,୧୮।୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲାରେ ବନ୍ୟାସ୍ଥିତି ଉଦ୍‌ବେଗଜନକ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ  ଏଭଳି ସୂଚନା ଦେଇଛନ୍ତ। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ୩ ନଦୀରେ ଜଳସ୍ତର ବଢ଼ିଛି। ବାଲେଶ୍ବର ଜିଲାର ୬ଟି ବ୍ଲକର ୮ ହଜାର ହେକ୍ଟର ଜମି ଜଳମଗ୍ନ ହୋଇପଡ଼ିଛି। ୩ଟି ବ୍ଲକର ୩୫ଟି ଗ୍ରାମପଞ୍ଚାୟତ ବେଶି ପ୍ରଭାବିତ ହୋଇଛି।
ତଳିଆ ଅଞ୍ଚଳରୁ ୨ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି। ସେମାନଙ୍କୁ ବନ୍ୟା ଆଶ୍ରୟସ୍ଥଳୀରେ ରଖାଯାଇ ରନ୍ଧାଖାଦ୍ୟ ଦିଆଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷେ ଉଦ୍ଧାର କାର୍ଯ୍ୟରେ ୮ ଅଗ୍ନିଶମ, ୩ ଓଡ୍ରାଫ, ୧ ଏନ୍‌ଡିଆର୍‌ଏଫ ଟିମ ମୁତୟନ  ହୋଇଛନ୍ତି। ସୁବର୍ଣ୍ଣରେଖା ନଦୀରେ ବନ୍ୟା ନିୟନ୍ତ୍ରଣ ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ସ୍ଥାୟୀ ପ୍ରତିକାର ପାଇଁ ରୋଡମ୍ୟାପ କରିବାକୁ ଇଆଇସିଙ୍କୁ କୁହାଯାଇଛି। ଇଆଇସିଙ୍କ ରିପୋର୍ଟ ମିଳିବା ପରେ ଏ ନେଇ ପଦକ୍ଷେପ ନିଆଯିବ।  ପୂର୍ଣ୍ଣିମା ଯୋଗୁ ପାଣି ଛାଡୁନି, ଆଉ ଦିନକ ପରେ ସ୍ଥିତି ସ୍ବାଭାବିକ ହେବ ବୋଲି ଆଶା ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ  ବୁଧବାର ବାଲେଶ୍ୱର ଗସ୍ତରେ ଆସି ଆକାଶମାର୍ଗରେ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି l ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ଆସି ବାଲେଶ୍ୱର ଜିଲା ଅନ୍ତର୍ଗତ ଭୋଗରାଇ, ଜଳେଶ୍ୱର ଓ ବାଲିଆପାଳ ବ୍ଲକ ଅଞ୍ଚଳରେ ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଥିଲେ l ଦୀର୍ଘଦିନ ଧରି ଲଗାଣ ବର୍ଷା କାରଣରୁ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସି ଏହି ତିନି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି l  ବହୁ ଗାଁ ପାଣି ଘେରରେ ଥିବାବେଳେ ହଜାର ହଜାର ହେକ୍ଟର ଚାଷ ଜମି ଜଳାର୍ଣ୍ଣବ ହୋଇଛି l ଉକ୍ତ ଅଞ୍ଚଳ ପରିଦର୍ଶନ କରି ସାରିବା ପରେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ସହର ଉପକଣ୍ଠରେ ଥିବା ପଦ୍ମାବତୀ ପାର୍କରେ ପହଞ୍ଚିଥିଲେ l ସେଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ପାର୍କ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ l ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ,ଏମପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ,ସରକାରୀ ଦଳ ଉପ ସଚେତକ ଗୋବିନ୍ଦ ଦାସ, ବିଧାୟକ ମାନସ କୁମାର ଦତ୍ତ, ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ, ଆରଡ଼ିସି ଙ୍କ ସମେତ ଉପଜିଲାପାଳ, ଅତିରିକ୍ତ ଜିଲାପାଳ ଓ ବିଭାଗୀୟ ଅଧିକାରୀଗଣ ଉପସ୍ଥିତ ଥିଲେ l ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା ସହ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ l ବାଲେଶ୍ୱରକୁ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ ଅଟେ l

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?