ତାରାତାରିଣୀ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୧୨ା୧୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲା ଗସ୍ତରେ ଆସି ପୁରୁଷୋତ୍ତମପୁର ବ୍ଲକ ତାରାତାରିଣୀଠାରେ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କରିଥିଲେ। ସେଠାରୁ ଫେରି ସଭାସ୍ଥଳକୁ ଯାଇ ୨୨୮୧ କୋଟି ୩୬ ଲକ୍ଷ ଟଙ୍କାରେ ଜିଲାର ବିଭିନ୍ନ ସ୍ଥାନରେ ୧୨୯୬ଟି ପ୍ରକଳ୍ପକୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଥିଲେ। ଏହା ସହ ଜିଲାର ୨୬ ଲକ୍ଷ ୭୬ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ୫-ଟି ସଚିବ ଭିକେ ପାଣ୍ଡିଆନ, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଗଞ୍ଜାମ ଜିଲା ବିଜେଡି ସଭାପତି ପୂର୍ବତନ ବିଧାୟକ ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଛତ୍ରପୁର ବିଧାୟକ ସୁବାସ ବେହେରା, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ଜିଲା ପରିଷଦ ଅଧ୍ୟକ୍ଷା ସୋନମ ପଲେଇ, ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା, ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ, ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ଗଞ୍ଜାମ ଏସ୍‌ପି ବ୍ରିଜେସ କୁମାର ରାୟ,ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଉପସ୍ଥିତ ଥିଲେ।
ଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri