ବରମୁଣ୍ଡା ବସ୍‌ ଟର୍ମିନାଲ ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି। ଗୋଟିଏ ଖଣ୍ଡଗିରିସ୍ଥିତ ବସ୍‌ ଡିପୋ ଏବଂ ଅନ୍ୟଟି ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲ। ଖଣ୍ଡଗିରି ବସ୍‌ ଡିପୋ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ତାହା ବୁଲି ଦେଖିଥିଲେ। ଉନ୍ନତ ନିର୍ମାଣ ସହିତ ବସ୍‌ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ।
ଭୁବନେଶ୍ୱର ବରମୁଣ୍ଡା ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍‌ଷ୍ଟାଣ୍ଡ। ଏଠାରୁ ରାଜ୍ୟର ବିଭିନ୍ନ ସ୍ଥାନକୁ ବସ୍‌ ଚଳାଚଳ କରିଥାଏ। ହଜାର ହଜାର ଯାତ୍ରୀ ବସ୍‌ଯୋଗେ ପ୍ରତିଦିନ ବିଭିନ୍ନ ସ୍ଥାନକୁ ଯାଇଥାଆନ୍ତି। ଏହାକୁ ଏକ ଅତ୍ୟାଧୁନିକ ରୂପ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟ ଆରମ୍ଭ ହୋଇଛି। ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍‌ ଟର୍ମିନାଲ ଭାବରେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ ରହିଛି। ଆଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କ ସୁବିଧା ସୁଯୋଗ, ବସ୍‌ଗୁଡିକ ପ୍ରଶସ୍ତ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜି୍ୟକ ସ୍ଥାନ ଆଦି ଉପରେ ଏଥିରେ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲର ରୂପାନ୍ତରୀକରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ। ୧୮ ମାସରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ, ସଚିବ(୫-ଟି) ଭି.କେ. ପାଣ୍ଡିଆନ, ଭୁବନେଶ୍ୱର ମହାନଗର ନିଗମ କମିଶନର ଓ ପୋଲିସ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri