Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚେତାବନୀ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ବଜେଟକୁ ନେଇ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚେତାବନୀ ଦେଇଛନ୍ତି। ବୁଧବାର ଷ୍ଟାଲିନ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ପୋଷ୍ଟ କରିଛନ୍ତି। ଷ୍ଟାଲିନ କହିଛନ୍ତି, ଆପଣ କହିଥିଲେ ଯେ ବର୍ତ୍ତମାନ ଆମକୁ ଦେଶ ବିଷୟରେ ଚିନ୍ତା କରିବାକୁ ପଡିବ, କିନ୍ତୁ ମଙ୍ଗଳବାର ଉପସ୍ଥାପିତ ହୋଇଥିବା ୟୁନିୟନ ବଜେଟ ଭାରତ ନୁହେଁ, ଆପଣଙ୍କ ଶାସନକୁ ବଞ୍ଚାଇବ। ଯେଉଁମାନେ ଆପଣଙ୍କୁ ପରାସ୍ତ କରିଛନ୍ତି, ସେମାନଙ୍କ ପ୍ରତି ପ୍ରତିଶୋଧ ପରାୟଣ ହୁଅନ୍ତୁ ନାହିଁ। ମୁଁ ପରାମର୍ଶ ଦେବାକୁ ବାଧ୍ୟ ଯେ ଯଦି ଆପଣ ନିଜର ରାଜନୈତିକ ପସନ୍ଦ ଏବଂ ନାପସନ୍ଦ ଅନୁଯାୟୀ ସରକାର ଚଳାଉଛନ୍ତି, ତେବେ ଏହାର ପରିଣାମ ଭୋଗିବାକୁ ପଡ଼ିବ। ସେ ଏକଘରକିଆ ହୋଇଯିବେ।
ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ତାଙ୍କ ପୋଷ୍ଟ ସହିତ ଏକ ଭିଡିଓ ମଧ୍ୟ ପୋଷ୍ଟ କରିଛନ୍ତି, ଯେଉଁଥିରେ ବିରୋଧୀ ଦଳର ନେତାମାନେ ହାତରେ ପ୍ଲାକାର୍ଡ ଧରି ସଂସଦ ବାହାରେ ବିରୋଧ କରୁଛନ୍ତି। ଏକ ପ୍ଲାକାର୍ଡରେ ଲେଖାଅଛି ଯେ, ଦେଶ ଭାରତର ବଜେଟ ଦାବି କରେ, ଏନଡିଏର ବଜେଟ ଚାହୁଁନାହିଁ।
ତାମିଲନାଡୁର ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ର ବଜେଟରେ ରାଜ୍ୟ ସମ୍ପୂର୍ଣ୍ଣ ଅବହେଳିତ ହୋଇଛି ଏବଂ ସେ ଏହାକୁ ନିନ୍ଦା କରିଛନ୍ତି। ସେ କହିଛନ୍ତି, ଜୁଲାଇ ୨୭ରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ନୀତି ଆୟୋଗ ବୈଠକକୁ ବର୍ଜନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri