Posted inଜାତୀୟ

ମୁଖ୍ୟ ଶାସନ ସଚିବ ଫୋନ ନ ଉଠାଇବାରୁ ରାଗିଲେ ମୁଖ୍ୟମନ୍ତ୍ରୀ

ପାଟନା,୬।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉଗ୍ର ରୂପ ଦେଖିବାକୁ ମିଳିଛି। ମୁଖ୍ୟ ଶାସନ ସଚିବ ଅମିର ସୁଭାନୀ ଫୋନ କଲ ନ ଉଠାଇବାରୁ ନୀତୀଶ ତାଙ୍କ ଉପରେ ବର୍ଷିଛନ୍ତି। ମୁଖ୍ୟମନ୍ତ୍ରୀ ସୋମବାର ଜନତା ଦରବାରରେ ଲୋକଙ୍କ ସମସ୍ୟା ଶୁଣୁଥିଲେ। ଏହି ସମୟରେ ଭାଗଲପୁରର ଜଣେ ଅଭିଯୋଗକାରୀ ଜମି ବିବାଦକୁ ନେଇ ତାଙ୍କୁ ହତ୍ୟା ଧମକ ଦେଉଥିବା ଅଭିଯୋଗ କରିଥିଲେ। ଏହା ଶୁଣି ନୀତୀଶ ସେଠାରେ ଉପସ୍ଥିତ ଥିବା ଅଧିକାରୀମାନଙ୍କୁ ମୁଖ୍ୟ ଶାସନ ସଚିବଙ୍କ ସହ କଥାବାର୍ତ୍ତା କରିବାକୁ କହିଥିଲେ। ପ୍ରଥମେ ମୁଖ୍ୟ ଶାସନ ସଚିବଙ୍କ ଫୋନ ଲାଗୁ ନ ଥିଲା, ତା’ପରେ ଫୋନ ଲାଗିବାରୁ ସେ ଉଠାଇବାରେ ବିଳମ୍ବ କରିଥିଲେ। ଏହା ଦେଖି ନୀତୀଶ ରାଗିଯାଇଥିଲେ।
ପରେ ଅମିର ସୁଭାନୀ ଫୋନ ପାଇବା ମାତ୍ରେ ମୁଖ୍ୟମନ୍ତ୍ରୀ ରାଗି ଯାଇ କହିଥିଲେ, ଏତେ ବିଳମ୍ବରେ ଫୋନ ଉଠାଉଛ, କଣ ଚାଲିଛି? ତୁମର ଅଧିକାରୀ ଭୁଲ୍‌ କରୁଛନ୍ତି, ପଦକ୍ଷେପ ନିଅ। ଜଣେ ବ୍ୟକ୍ତି ଭାଗଲପୁରରୁ ଆସିଛନ୍ତି, ତାଙ୍କ ଜମିକୁ କବ୍ଜା କରାଯାଇଛି। ଯଥାଶୀଘ୍ର ତାଙ୍କ ସମସ୍ୟାର ସମାଧାନ କର।
ମୁଖ୍ୟମନ୍ତ୍ରୀଙ୍କ ଜନତା ଦରବାର ଦିନ ରାଜ୍ୟର ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ସଜାଗ ରଖାଯାଇଛି। ଏହା ସତ୍ତ୍ୱେ କିଛି ଅଧିକାରୀ ଫୋନ ଉଠାଇବାରେ ବିଳମ୍ବ କରିଥିଲେ। ଏପରି ପରିସ୍ଥିତିରେ ମୁଖ୍ୟ ଶାସନ ସଚିବଙ୍କ କଲ ଉଠାଇବାରେ ବିଳମ୍ବ କରିବାରୁ ମୁଖ୍ୟମନ୍ତ୍ରୀ ବହୁତ ରାଗି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri