ଇଟାଲୀ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସୋମବାରଠାରୁ ଇଟାଲି ଅଭିମୁଖେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଏହି ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବେ ନବୀନ ।

ଓ୍ବାଲର୍‌ଡ ଫୁଡ୍‌ ପ୍ରୋଗ୍ରାମ, ଡବ୍ଲ୍ୟୁଇପି ପକ୍ଷରୁ ରୋମ୍‌ରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା । ସେଠାରେ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରେ ହୋଇଥିବା ରୂପାନ୍ତୀକରଣ ଉପରେ ବାର୍ତ୍ତା ଦେବେ। ଖାଦ୍ୟ ପାଇଁ ଦିନେ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା, ଏବେ କିଭଳି ଖାଦ୍ୟ ବଳକା ରାଜ୍ୟ ହୋଇପାରିଛି ସେ ବିଷୟରେ ଅବଗତ କରାଇବେ ମୁଖ୍ୟମନ୍ତ୍ରୀ।