ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କରୋନା ସମ୍ପର୍କରେ କିଛି ପରାମର୍ଶ ଦେଇପାରନ୍ତି ବୋଲି କୁହାଯାଉଛି। କରୋନା ସଂକ୍ରମଣ ରୋକିବା ପାଇଁ ମାସ୍କ ପରିଧାନ ସହ ସଚେତନ ରହିବାକୁ କୁହାଯାଉଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ଏହାର ଉଲ୍ଲଂଘନ ହେଉଛି। ମୁଖ୍ୟମନ୍ତ୍ରୀ ଏନେଇ ରାଜ୍ୟବାସୀଙ୍କୁ ସତର୍କ କରାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।