ମୁଖ୍ୟମନ୍ତ୍ରୀଙ୍କ ପୁଣି ତିନି ଦିନିଆ କେନ୍ଦୁଝର ଜିଲା ଗ୍ରସ୍ତ, ସରକାରୀ-ଘରୋଇ କାର୍ଯ୍ୟକ୍ରମରେ ହେବେ ସାମିଲ

କେନ୍ଦୁଝର,୧୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲି ତିନି ଦିନିଆ ଗସ୍ତରେ କେନ୍ଦୁଝର ଜିଲା ଗସ୍ତରେ ଆସିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେ ସଦର ଓ ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ସ୍ଥାନରେ ସରକାରୀ ଓ ଘରୋଇ କାର୍ଯ୍ୟକ୍ରମରେ ସାମିଲ ହେବେ। ଆସନ୍ତା କାଲି ସ୍ବତନ୍ତ୍ର ଏୟାର କ୍ରାଫ୍ଟରେ ସକାଳ ୯.୨୫ରେ ଭୁବନେଶ୍ୱରରୁ ବାହାରି କେନ୍ଦୁଝର ଆସି ସଦର ବ୍ଲକ ରାଇସୁଆଁ ଏୟାର ଷ୍ଟ୍ରିପରେ ପୂର୍ବାହ୍ନ ୧୦ଟା ସମୟରେ ଓହ୍ଲାଇବେ। ସେଠାରୁ ପୂର୍ବାହ୍ନ ୧୦.୨୫ ରେ ସିଧାସଳଖ ବାଲିଆଗୋଡା ନିକଟ ଅଶୋକ ବାଟିକା ଯାଇ ୭ମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ସମ୍ମିଳନୀରେ ଯୋଗଦେବେ। ସେଠାରୁ ମଧ୍ୟାହ୍ନ ୧୨.୦୫ ରେ ମୁକୁନା ଯାଇ ସତ୍ୟନାରାୟଣ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀରେ ଯୋଗଦେବେ। ଅପରାହ୍ନ ୪ଟାରେ ମଇଦାନ କେଲ ଯାଇ ତାଳପଦା ଫୁଟବଲ ପ୍ରତିଯୋଗିତାରର ଫାଇନାଲ ମ୍ୟାଚରେ ଯୋଗ ଦେବେ। ସେଠାରୁ ସନ୍ଧ୍ୟା ୬.୩୦ରେ ସ୍ଥାନୀୟ ଅଡ଼ିଟରିଅମକୁ ଯାଇ ସରସତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବରେ ଯୋଗଦେବେ। ସ୍ଥାନୀୟ ସର୍କିଟ ହାଉସରେ ରାତ୍ର ରହଣି କରି ବୁଧବାର ପୁରୁଣା ସହର ସିଦ୍ଧ ମଠରେ ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗ ଦେଇ ସେଠାରୁ ଫେରି ମଧ୍ୟାହ୍ନ ୧୨.୧୫ ରେ ଅଡ଼ିଟରିଅମରେ ଏକ ସ୍ବେଚ୍ଛାସେବୀ ସଂଗଠନର ବାର୍ଷିକ ଉତ୍ସବରେ ଯୋଗଦେବେ। ସନ୍ଧ୍ୟା ୭ଟାରେ କାଳିପଡିଆଠାରେ ହେବାକୁ ଥିବା ଗୋନାଶିକା ମହୋତ୍ସବକୁ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ସେଠାରୁ ମୁଖ୍ୟମନ୍ତ୍ରୀ ସର୍କିଟ ହାଉସ ଯାଇ ବିଶ୍ରାମ ନେବେ। ଗୁରୁବାର ଦିନ ପୂର୍ବାହ୍ନ ୧୧ଟାରେ ଚମ୍ପୁଆ ଯାଇ ମହତାବ ସରକାରୀ ହାଇସ୍କୁଲର ହିରକ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ସେଠାରୁ ଅପରାହ୍ନରେ ଫେରି କେନ୍ଦୁଝର ସର୍କିଟ ହାଉସରେ ବିଶ୍ରାମ ନେଇ ଅପରାହ୍ନ ୩.୩୦ରେ ଏୟାର କ୍ରାଫ୍ଟ ରେ ଭୁବନେଶ୍ୱର ଫେରିବେ ବୋଲି ସୂଚନା ମିଳିଛି। ସୁରକ୍ଷା ଦୃଷ୍ଟି କୋଣରୁ ପୋଲିସ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ସ୍ଥାନ ଯିବା ଆସିବା ରାସ୍ତାରେ ପୋଲିସ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି। କାର୍ଯ୍ୟକ୍ରମ ସ୍ଥଳ ମାନଙ୍କରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri