Posted inଜାତୀୟ

ରାଜ୍ୟରେ ୨ ନୂଆ ଜିଲା ଘୋଷଣା କରିବେ ମୁଖ୍ୟମନ୍ତ୍ରୀ

କୋଲକାତା,୨୮।୧୧: ପଶ୍ଚିମବଙ୍ଗରେ ସୁନ୍ଦରବନ ଏବଂ ବସିରହାଟବାସୀଙ୍କୁ ରାଜ୍ୟ ସରକାର ଏକ ଉପହାର ଭେଟି ଦେବାକୁ ଯାଉଛନ୍ତି। ବର୍ତ୍ତମାନ ସୁନ୍ଦରବନ ଏବଂ ବସିରହାଟ ଏହି ଦୁଇଟି ନୂଆ ଜିଲା ହେବାକୁ ଯାଉଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହେବାକୁ ଥିବା ଏକ ପ୍ରଶାସନିକ ବୈଠକରେ ଦୁଇଟି ନୂଆ ଜିଲାର ଘୋଷଣା କରିବେ। ସୋମବାର ଜଣେ ବରିଷ୍ଠ ରାଜ୍ୟ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଦକ୍ଷିଣ ଏବଂ ଉତ୍ତର ପ୍ରଗଣା ଜିଲାରୁ ବିଭାଜିତ ହୋଇ ଏହି ୨ଟି ନୂଆ ଜିଲା କରାଯିବ। ତେବେ ଏଥିପାଇଁ ଆବଶ୍ୟକ ସମସ୍ତ କାର୍ଯ୍ୟ ଶେଷ ହୋଇଥିବା ଜଣାପଡ଼ିଛି। ସୁନ୍ଦରବନ ଜିଲାର ଦକ୍ଷିଣ ୨୪ ପ୍ରଗଣାରେ ପ୍ରାୟ ୧୩ ଟି ବ୍ଲକ ଥିବା ବେଳେ ବସିରହାଟରେ ଉତ୍ତର ୨୪ ପ୍ରଗଣାରେ ୬ଟି ବ୍ଲକ୍‌ ରହିଛି। ୟୁନେସ୍କୋ ଦ୍ୱାରା ସୁନ୍ଦରବନ ବିଶ୍ୱ ଐତିହ୍ୟ ମାନ୍ୟତା ପାଇଥିବା ବେଳେ ଏହା ଉତ୍ତର ଏବଂ ଦକ୍ଷିଣ ୨୪ ପ୍ରଗଣା ଅଞ୍ଚଳକୁ ଲମ୍ବି ଥିବା ବେଳେ ବସିରହାଟ ଉତ୍ତର ୨୪ ପ୍ରଗଣାକୁ ବ୍ୟାପିଛି। ପ୍ରତ୍ୟେକ ଜିଲା ନିର୍ମାଣ ପାଇଁ ପଶ୍ଚିମବଙ୍ଗ ସରକାରଙ୍କ ଅତି କମ୍‌ରେ ୨୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri