Posted inଜାତୀୟ

ରାଜ୍ୟରେ ୨ ନୂଆ ଜିଲା ଘୋଷଣା କରିବେ ମୁଖ୍ୟମନ୍ତ୍ରୀ

କୋଲକାତା,୨୮।୧୧: ପଶ୍ଚିମବଙ୍ଗରେ ସୁନ୍ଦରବନ ଏବଂ ବସିରହାଟବାସୀଙ୍କୁ ରାଜ୍ୟ ସରକାର ଏକ ଉପହାର ଭେଟି ଦେବାକୁ ଯାଉଛନ୍ତି। ବର୍ତ୍ତମାନ ସୁନ୍ଦରବନ ଏବଂ ବସିରହାଟ ଏହି ଦୁଇଟି ନୂଆ ଜିଲା ହେବାକୁ ଯାଉଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହେବାକୁ ଥିବା ଏକ ପ୍ରଶାସନିକ ବୈଠକରେ ଦୁଇଟି ନୂଆ ଜିଲାର ଘୋଷଣା କରିବେ। ସୋମବାର ଜଣେ ବରିଷ୍ଠ ରାଜ୍ୟ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଦକ୍ଷିଣ ଏବଂ ଉତ୍ତର ପ୍ରଗଣା ଜିଲାରୁ ବିଭାଜିତ ହୋଇ ଏହି ୨ଟି ନୂଆ ଜିଲା କରାଯିବ। ତେବେ ଏଥିପାଇଁ ଆବଶ୍ୟକ ସମସ୍ତ କାର୍ଯ୍ୟ ଶେଷ ହୋଇଥିବା ଜଣାପଡ଼ିଛି। ସୁନ୍ଦରବନ ଜିଲାର ଦକ୍ଷିଣ ୨୪ ପ୍ରଗଣାରେ ପ୍ରାୟ ୧୩ ଟି ବ୍ଲକ ଥିବା ବେଳେ ବସିରହାଟରେ ଉତ୍ତର ୨୪ ପ୍ରଗଣାରେ ୬ଟି ବ୍ଲକ୍‌ ରହିଛି। ୟୁନେସ୍କୋ ଦ୍ୱାରା ସୁନ୍ଦରବନ ବିଶ୍ୱ ଐତିହ୍ୟ ମାନ୍ୟତା ପାଇଥିବା ବେଳେ ଏହା ଉତ୍ତର ଏବଂ ଦକ୍ଷିଣ ୨୪ ପ୍ରଗଣା ଅଞ୍ଚଳକୁ ଲମ୍ବି ଥିବା ବେଳେ ବସିରହାଟ ଉତ୍ତର ୨୪ ପ୍ରଗଣାକୁ ବ୍ୟାପିଛି। ପ୍ରତ୍ୟେକ ଜିଲା ନିର୍ମାଣ ପାଇଁ ପଶ୍ଚିମବଙ୍ଗ ସରକାରଙ୍କ ଅତି କମ୍‌ରେ ୨୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri