Posted inପୁରୀ

ଆସନ୍ତାକାଲି ଶ୍ରୀଶ୍ରୀ ଠାକୁରଙ୍କ ଶତବାର୍ଷିକୀ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୭ା୧: ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ତମ ବାର୍ଷିକୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଅର୍ଥାତ୍‌ ୮ତାରିଖ ରବିବାର ପୁରୀର ତାଳବଣିଆଠାରେ ଏହି ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ।

ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ର ବି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ରବିବାର ପୂର୍ବାହ୍ନ ୧୧ଟାରେ ପୁରୀ ଉତ୍ସବରେ ସାମିଲ ହେବେ।

ସୂଚନାଯୋଗ୍ୟ, ପ୍ରତିବର୍ଷ ଜାନୁୟାରୀ ଦ୍ୱିତୀୟ ରବିବାର ପୁରୀଠାରେ ଶ୍ରୀଶ୍ରୀ ଠାକୁରଙ୍କ ଉତ୍କଳ ଆଗମନୀ ଉତ୍ସବ ପାଳନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?