ଆଜି ନୂଆଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ:୫ ବର୍ଷରେ ୫ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ଲକ୍ଷ୍ୟ

ଭୁବନେଶ୍ୱର,୩।୧୦ (ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ୨ଦିନିିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ‘ଉତ୍କର୍ଷ ୨୦୨୫’ର ପ୍ରାକ୍‌ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରୁଛନ୍ତି। ଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ସେ ୨ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଓଡ଼ିଶାକୁ ବଡ଼ ସଂଖ୍ୟାରେ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଲାଗି ତାଙ୍କ ଉଦ୍ୟମ ଜାରି ରହିବ। ପୁଞ୍ଜିନିବେଶକାରୀଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିବେ। ଆସନ୍ତା ବର୍ଷ ଜାନୁଆରୀ ୨୮ ଓ ୨୯ ରେ ଉତ୍କର୍ଷ ଓଡ଼ିଶା: ମେକ୍‌ ଇନ୍‌ ଓଡ଼ିଶା ୨୦୨୫ କନ୍‌କ୍ଲେଭ ପାଇଁ ଦିନ ଧାର୍ଯ୍ୟ ହୋଇଛି। ଫୁଡ୍‌ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ପ୍ରାଥମିକତାର ସାଙ୍ଗକୁ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା ହେବ। ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକାରାତ୍ମକ ଇକୋ ସିଷ୍ଟମ ସମ୍ବନ୍ଧରେ ଅବଗତ କରାଇବେ। ଆସନ୍ତା ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷିତ କରିବା ହେଉଛି ତାଙ୍କର ଲକ୍ଷ୍ୟ। ଖୁସିର ବିଷୟ ଗତ ୧୦୦ ଦିନ ଭିତରେ ୪୫ ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିସାରିଛି। ଜଗନ୍ନାଥଙ୍କ ଆଶୀର୍ବାଦରେ ଓଡ଼ିଶାକୁ ଦ୍ରୁତ ଶିଳ୍ପାୟନ ପଥରେ ଆଗେଇନେବା ପାଇଁ ତାଙ୍କ ପ୍ରଚେଷ୍ଟା ଜାରି ରହିବ। ରାଜ୍ୟବାସୀଙ୍କ ପକ୍ଷରୁ ଏହି କାର୍ଯ୍ୟର ଶୁଭାରମ୍ଭ କରିବାକୁ ଯାଉଛି, ସମସ୍ତେ ଆଶୀର୍ବାଦ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀମାନେ ଗସ୍ତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦେଶର ଆମ୍ବାସାଡର, ହାଇ କମିଶନର, ଟ୍ରେଡ୍‌ କମିଶନର, କନ୍‌ସଲ୍ଟ ଜେନେରାଲଙ୍କ ସହ ଆଲୋଚନା ହେବ। ବିଭିନ୍ନ ଶିଳ୍ପପତିଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ହେବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଶେଷରେ ଏକ ରୋଡ୍‌ ଶୋ ଆୟୋଜିତ ହେବ। ଆସନ୍ତା ଜାନୁଆରୀ ୨୮ ଏବଂ ୨୯ରେ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜନ ହେବ। ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ଝାଡ଼ଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri