ଆଜି ନୂଆଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ:୫ ବର୍ଷରେ ୫ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ଲକ୍ଷ୍ୟ

ଭୁବନେଶ୍ୱର,୩।୧୦ (ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ୨ଦିନିିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ‘ଉତ୍କର୍ଷ ୨୦୨୫’ର ପ୍ରାକ୍‌ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରୁଛନ୍ତି। ଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ସେ ୨ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଓଡ଼ିଶାକୁ ବଡ଼ ସଂଖ୍ୟାରେ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଲାଗି ତାଙ୍କ ଉଦ୍ୟମ ଜାରି ରହିବ। ପୁଞ୍ଜିନିବେଶକାରୀଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିବେ। ଆସନ୍ତା ବର୍ଷ ଜାନୁଆରୀ ୨୮ ଓ ୨୯ ରେ ଉତ୍କର୍ଷ ଓଡ଼ିଶା: ମେକ୍‌ ଇନ୍‌ ଓଡ଼ିଶା ୨୦୨୫ କନ୍‌କ୍ଲେଭ ପାଇଁ ଦିନ ଧାର୍ଯ୍ୟ ହୋଇଛି। ଫୁଡ୍‌ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ପ୍ରାଥମିକତାର ସାଙ୍ଗକୁ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା ହେବ। ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକାରାତ୍ମକ ଇକୋ ସିଷ୍ଟମ ସମ୍ବନ୍ଧରେ ଅବଗତ କରାଇବେ। ଆସନ୍ତା ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷିତ କରିବା ହେଉଛି ତାଙ୍କର ଲକ୍ଷ୍ୟ। ଖୁସିର ବିଷୟ ଗତ ୧୦୦ ଦିନ ଭିତରେ ୪୫ ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିସାରିଛି। ଜଗନ୍ନାଥଙ୍କ ଆଶୀର୍ବାଦରେ ଓଡ଼ିଶାକୁ ଦ୍ରୁତ ଶିଳ୍ପାୟନ ପଥରେ ଆଗେଇନେବା ପାଇଁ ତାଙ୍କ ପ୍ରଚେଷ୍ଟା ଜାରି ରହିବ। ରାଜ୍ୟବାସୀଙ୍କ ପକ୍ଷରୁ ଏହି କାର୍ଯ୍ୟର ଶୁଭାରମ୍ଭ କରିବାକୁ ଯାଉଛି, ସମସ୍ତେ ଆଶୀର୍ବାଦ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀମାନେ ଗସ୍ତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦେଶର ଆମ୍ବାସାଡର, ହାଇ କମିଶନର, ଟ୍ରେଡ୍‌ କମିଶନର, କନ୍‌ସଲ୍ଟ ଜେନେରାଲଙ୍କ ସହ ଆଲୋଚନା ହେବ। ବିଭିନ୍ନ ଶିଳ୍ପପତିଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ହେବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଶେଷରେ ଏକ ରୋଡ୍‌ ଶୋ ଆୟୋଜିତ ହେବ। ଆସନ୍ତା ଜାନୁଆରୀ ୨୮ ଏବଂ ୨୯ରେ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜନ ହେବ। ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ଝାଡ଼ଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri