ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି ଆସନରୁ ବିଜେଡିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ନାମାଙ୍କନ ପାଇଁ ସେ ପୂର୍ବାହ୍ନ ୧୦ଟା ୨୦ ମିନିଟରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ହିଞ୍ଜିଳି ଅଭିମୁଖେ ଯାତ୍ରା କରିବେ। ପୂର୍ବାହ୍ନ ୧୧ଟା ୧୫ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ମାଆଙ୍କ ଆଶୀର୍ବାଦ ନେଇ ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଧ୍ୟାହ୍ନ ୧୨ଟା ୩୫ରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଓ ଅନ୍ୟ ସ୍ଥାନୀୟ ନେତା ଉପସ୍ଥିତ ରହିବେ। ୨୦୦୦ରୁ ନବୀନ ହିଞ୍ଜିଳିରୁ ବିଧାୟକ ରହି ଆସିଛନ୍ତି। ଚଳିତ ନିର୍ବାଚନରେ ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରୁ ମଧ୍ୟ ପ୍ରାର୍ଥୀ ହୋଇଛନ୍ତି। ହିଞ୍ଜିଳିରୁ ତାଙ୍କ ବିପକ୍ଷରେ ଭାଜପାରୁ ଶିଶିର ମିଶ୍ର ଓ କଂଗ୍ରେସରୁ ରଞ୍ଜିକାନ୍ତ ପାଢ଼ୀ ପ୍ରାର୍ଥୀ ହୋଇଛନ୍ତି। ଆସନ୍ତା ମେ ୨୦ରେ ହିଞ୍ଜିଳିରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?