୭ରେ ଝାରସୁୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୫(ବ୍ୟୁରୋ): ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଗସ୍ତରେ ଯିବେ । ସେଠାରେ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ସେ ପ୍ରଚାର କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେଡି କର୍ମୀମାନେ ଉତ୍ସାହିତ ହୋଇଛନ୍ତି। ସେଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରସୋରରେ ଆରମ୍ଭ ହୋଇଛି। ବିଜେଡି ପଶ୍ଚିମ ଓଡ଼ିଶା ନେତା ତଥା ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ନିଯୁକ୍ତ ପର୍ଯ୍ୟବେକ୍ଷକମାନେ ପୂରା ଦମ୍‌ରେ ପ୍ରସ୍ତୁତି ଚଳାଇଛନ୍ତି। ଦଳର ଷ୍ଟାର ପ୍ରଚାରକମାନେ ଦୀପାଳିଙ୍କ ପାଇଁ ଘରକୁ ଘର ବୁଲି ପ୍ରଚାରରେ ଲାଗି ପଡିଛନ୍ତି।
ଅନ୍ୟପକ୍ଷରେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ଭୋଟ ଭିକ୍ଷା କରିବା ସକାଶେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ୭ ତାରିଖରେ ଝାରସୁଗୁଡ଼ା ଗସ୍ତରେ ଯିବେ। ଗୋଟିଏ ଦିନରେ ଦୁଇ ଦଳର ହେଭିଓ୍ବେଟ ନେତାଙ୍କ ଗସ୍ତ ଝାରସୁଗୁଡ଼ା ଉପ ନିର୍ବାଚନକୁ ସରଗରମ କରିଛି। ପ୍ରଚାରକୁ ନେଇ ବିଜେଡି ଓ ଭାଜପା ପ୍ରାର୍ଥୀଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ଉପ ନିର୍ବାଚନରେ ବିଜେଡି ନିଜ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ପୂରା ଦମ୍‌ ଲଗାଇ ଥିବା ବେଳେ ଭାଜପା ପ୍ରାର୍ଥୀଙ୍କ ପାଇଁ ପଶ୍ଚିମ ଓଡ଼ିଶା ଏମ୍‌ପି, ରାଜ୍ୟ ସଭାପତି, କେନ୍ଦ୍ରମନ୍ତ୍ରୀମାନେ ଜୋର ଲଗାଇଛନ୍ତି। ନିର୍ବାଚନ ଆଉ ମାତ୍ର ୫ ଦିନ ଥିବାବେଳେ ୮ ତାରିଖ ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ଶେଷ ହେବ। ହାତରେ ଆଉ ୪ ଦିନ ଥିବାରୁ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକମାନେ ଘର ଘର ବୁଲି ପ୍ରଚାରକୁ ଜୋରଦାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri