ଆଜି ଘଟଣାସ୍ଥଳ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩ା୬(ବ୍ୟୁରୋ): ବାହାନଗା ଷ୍ଟେଶନ ନିକଟରେ ଟ୍ରେନ୍‌ ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଭୁବନେଶ୍ୱରସ୍ଥିତ ଏସ୍‌ଆରସିଙ୍କ କଣ୍ଟ୍ରୋଲ୍‌ ରୁମ୍‌ରେ ପହଞ୍ଚି ଘଟଣାର ତଦାରଖ କରିଛନ୍ତି। ଏଥିସହ ସେ ନିଜେ ଶନିବାର ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ ବୋଲି ସୂଚନା ଦେଇଛନ୍ତି। ଏହି ଦୁର୍ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ଦୁଃଖ ପ୍ରକାଶ କରିଛନ୍ତି। ମଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଓଏମ୍‌ସି ଏମ୍‌ଡି ବଲଓ୍ବନ୍ତ ସିଂ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରଓ୍ବାଲ, ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ଏବଂ ରେଲଓ୍ବେ ଏଡିଜି ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣା ସମ୍ପର୍କରେ ଗଣମାଧ୍ୟକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଛନ୍ତି ଯେ, ଉଦ୍ଧାର କାର୍ଯ୍ୟରେ ସାମିଲ ହେବା ଲାଗି ୩ଟି ଏନ୍‌ଡିଆର୍‌ଏଫ ଟିମ୍‌, ୪ଟି ଓଡ୍ରାଫ୍‌ ଟିମ୍‌, ୧୫ରୁ ଅଧିକ ଅଗ୍ନିଶମ ବାହିନୀ, ୫୦ରୁ ଅଧିକ ଆମ୍ବୁଲାନ୍ସ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଆହତମାନଙ୍କୁ ଚିକିତ୍ସା କରିବା ଲାଗି ସମସ୍ତ ପ୍ରକାର ଡାକ୍ତରୀ ସୁବିଧାର ମଧ୍ୟ ବ୍ୟବସ୍ଥା କରାଯାଉଛି। ଭୁବନେଶ୍ୱରରୁ ଯାଇଥିବା ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ରହି ଉଦ୍ଧାର କାର୍ଯ୍ୟକୁ ତଦାରଖ କରୁଛନ୍ତି। ଯାତ୍ରୀ ଓ ସେମାନଙ୍କ ସମ୍ପର୍କୀୟ ନିମନ୍ତେ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ଏକ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ୦୬୭୪-୨୫୩୪୧୭୭ ନମ୍ବରରେ ଯୋଗାଯୋଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ଏସ୍‌ଆରସିଙ୍କ କଣ୍ଟ୍ରୋଲ ରୁମ୍‌ରେ ପରିବହନ ସଚିବ ଉଷା ପାଢ଼ୀ ଏବଂ ଓଏସ୍‌ଡିଏମ୍‌ଏ ଏମ୍‌ଡି ଜ୍ଞାନରଞ୍ଜନ ଦାସ ରହି କାର୍ଯ୍ୟ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୋଲିସ୍‌ ମହାନିର୍ଦ୍ଦେଶକ, ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ଏବଂ ଉନ୍ନୟନ କମିଶନରଙ୍କ ସମେତ ସେ ନିଜେ କାର୍ଯ୍ୟାଳୟରେ ଉପସ୍ଥିତ ରହି ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟକୁ ତଦାରଖ କରିବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଆଇନଶୃଙ୍ଖଳା ସ୍ଥିତି ରକ୍ଷା କରିବା ସହ ଯାତ୍ରୀମାନଙ୍କୁ ସୁରକ୍ଷା ଦେବା ଲାଗି ଅତିରିକ୍ତ ପୋଲିସ୍‌ ଫୋର୍ସ ମୁତୟନ କରାଯାଇଛି। ରାତିରେ ଯେପରି ଉଦ୍ଧାର କାର୍ଯ୍ୟ ଜାରି ରହିପାରିବ ସେନେଇ ମଧ୍ୟ ବ୍ୟବସ୍ଥା କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri