ଆଜି ଘଟଣାସ୍ଥଳ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩ା୬(ବ୍ୟୁରୋ): ବାହାନଗା ଷ୍ଟେଶନ ନିକଟରେ ଟ୍ରେନ୍‌ ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଭୁବନେଶ୍ୱରସ୍ଥିତ ଏସ୍‌ଆରସିଙ୍କ କଣ୍ଟ୍ରୋଲ୍‌ ରୁମ୍‌ରେ ପହଞ୍ଚି ଘଟଣାର ତଦାରଖ କରିଛନ୍ତି। ଏଥିସହ ସେ ନିଜେ ଶନିବାର ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ ବୋଲି ସୂଚନା ଦେଇଛନ୍ତି। ଏହି ଦୁର୍ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ଦୁଃଖ ପ୍ରକାଶ କରିଛନ୍ତି। ମଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଓଏମ୍‌ସି ଏମ୍‌ଡି ବଲଓ୍ବନ୍ତ ସିଂ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରଓ୍ବାଲ, ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ଏବଂ ରେଲଓ୍ବେ ଏଡିଜି ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣା ସମ୍ପର୍କରେ ଗଣମାଧ୍ୟକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଛନ୍ତି ଯେ, ଉଦ୍ଧାର କାର୍ଯ୍ୟରେ ସାମିଲ ହେବା ଲାଗି ୩ଟି ଏନ୍‌ଡିଆର୍‌ଏଫ ଟିମ୍‌, ୪ଟି ଓଡ୍ରାଫ୍‌ ଟିମ୍‌, ୧୫ରୁ ଅଧିକ ଅଗ୍ନିଶମ ବାହିନୀ, ୫୦ରୁ ଅଧିକ ଆମ୍ବୁଲାନ୍ସ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଆହତମାନଙ୍କୁ ଚିକିତ୍ସା କରିବା ଲାଗି ସମସ୍ତ ପ୍ରକାର ଡାକ୍ତରୀ ସୁବିଧାର ମଧ୍ୟ ବ୍ୟବସ୍ଥା କରାଯାଉଛି। ଭୁବନେଶ୍ୱରରୁ ଯାଇଥିବା ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ରହି ଉଦ୍ଧାର କାର୍ଯ୍ୟକୁ ତଦାରଖ କରୁଛନ୍ତି। ଯାତ୍ରୀ ଓ ସେମାନଙ୍କ ସମ୍ପର୍କୀୟ ନିମନ୍ତେ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ଏକ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ୦୬୭୪-୨୫୩୪୧୭୭ ନମ୍ବରରେ ଯୋଗାଯୋଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ଏସ୍‌ଆରସିଙ୍କ କଣ୍ଟ୍ରୋଲ ରୁମ୍‌ରେ ପରିବହନ ସଚିବ ଉଷା ପାଢ଼ୀ ଏବଂ ଓଏସ୍‌ଡିଏମ୍‌ଏ ଏମ୍‌ଡି ଜ୍ଞାନରଞ୍ଜନ ଦାସ ରହି କାର୍ଯ୍ୟ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୋଲିସ୍‌ ମହାନିର୍ଦ୍ଦେଶକ, ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ଏବଂ ଉନ୍ନୟନ କମିଶନରଙ୍କ ସମେତ ସେ ନିଜେ କାର୍ଯ୍ୟାଳୟରେ ଉପସ୍ଥିତ ରହି ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟକୁ ତଦାରଖ କରିବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଆଇନଶୃଙ୍ଖଳା ସ୍ଥିତି ରକ୍ଷା କରିବା ସହ ଯାତ୍ରୀମାନଙ୍କୁ ସୁରକ୍ଷା ଦେବା ଲାଗି ଅତିରିକ୍ତ ପୋଲିସ୍‌ ଫୋର୍ସ ମୁତୟନ କରାଯାଇଛି। ରାତିରେ ଯେପରି ଉଦ୍ଧାର କାର୍ଯ୍ୟ ଜାରି ରହିପାରିବ ସେନେଇ ମଧ୍ୟ ବ୍ୟବସ୍ଥା କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri