ଆଜି ୯ ପ୍ରକଳ୍ପର ଶୁଭାରମ୍ଭ, ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଶୁକ୍ରବାର କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ସେ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଲୋଗୋ ଉନ୍ମୋଚନ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପର୍ଯ୍ୟାଲୋଚନା ନିମନ୍ତେ ପରିଷଦ ଦ୍ୱାରା ପ୍ରସ୍ତୁତ ଏକ ମନିଟରିଂ ଆପ୍ଲିକେସନ୍‌ର ମଧ୍ୟ ଶୁଭାରମ୍ଭ କରିବେ। ବରଗଡ଼ ଜିଲାର ପଦ୍ମପୁରସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ, ବଲାଙ୍ଗିର ଜିଲାର ସଦର ମହକୁମାଠାରେ ଏକ କଲ୍ୟାଣ ମଣ୍ଡପ, ଟିଟିଲାଗଡ଼ ବାଳକ ଉଚ୍ଚ ବିଦ୍ୟାଳୟର ଏକାଡେମିକ୍‌ ବ୍ଲକ୍‌, ବୌଦ୍ଧ ଜିଲା ସଂଗ୍ରହାଳୟର ସମ୍ପ୍ରସାରଣ, ଦେବଗଡ଼ ଜିଲାର ସାଂସ୍କୃତିକ ପ୍ରେକ୍ଷାଳୟ ତଥା କ୍ରୀଡ଼ା କକ୍ଷ, ଝାରସୁଗୁଡ଼ାର ମରାକୁଟାଠାରେ କହ୍ନେଇନାଳ ଉପରେ ପୋଲ, ଭବାନୀପାଟଣା ଟାଉନ୍‌ ହଲ ଓ ଜୁନାଗଡ଼ ଏନ୍‌ଏସିଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଷ୍ଟାଡିୟମ୍‌ ଏବଂ ନୂଆପଡ଼ାର କୋମନାଠାରେ ମାଣ୍ଡିଆ ଆଦି ଶସ୍ୟର ପ୍ରକ୍ରିୟାକରଣ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କରିବେ। ସେହିପରି ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲାର ଡେବ୍ରିଗଡ଼ ଅଭୟାରଣ୍ୟ ସନ୍ନିକଟ ବାରବଖରା ଜଳପ୍ରପାତ ଓ ଗୁମ୍ଫା ନିକଟରେ ଇକୋ ପଯର୍‌ୟଟନ ସ୍ଥଳୀର ବିକାଶ, ବରଗଡ଼ ସହରରେ ଏକ ପାଞ୍ଚଶହ ଆସନବିଶିଷ୍ଟ ପ୍ରେକ୍ଷାଳୟ, ପଦ୍ମପୁରଠାରେ ବଡ଼ବନ୍ଧର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଓ ଆଲୋକୀକରଣ, ବରଗଡ଼ ସହରର ବିକାଶ ବିଦ୍ୟାଳୟଠାରୁ ହଳଦୀପାଲି ଛକ ପର୍ଯ୍ୟନ୍ତ ସିମେଣ୍ଟ କଂକ୍ରିଟ ଡ୍ରେନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?