ରାୟଗଡ଼ା ମହୋତ୍ସବ ‘ଚଇତି’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୧୦।୧୨(ଆଶିଷ ରଞ୍ଜନ ପଣ୍ଡା): ଆସନ୍ତା ୨୬ରେ ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ‘ଚଇତି’ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଭାଜପା ଜିଲା ସଭାପତି ଶିବ ପଟ୍ଟନାୟକ ସୂଚନା ଦେଇଛନ୍ତି। ଚଇତିରେ ଯୋଗଦେବା ପାଇଁ ରାୟଗଡ଼ା ଜିଲାପାଳ ପାରୁଲ ପଟୱାରି, ଭାଜପା ଜିଲା ସଭାପତି ପଟ୍ଟନାୟକ, କାଳିରାମ ମାଝି ଏବଂ କୋରାପୁଟ ବିଧାୟକ ରଘୁରାମ ମାଛ ପ୍ରମୁଖ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ ମନ୍ତ୍ରୀ ସୁରେଶ ପୂଜାରୀ, ନିତ୍ୟାନନ୍ଦ ଗଣ୍ଡ, ସୂର୍ଯ୍ୟବଂଶୀ ସୁରଜ, ବିଭୂତି ଜେନା, ରବି ନାୟକ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଶିବ ପଟ୍ଟନାୟକ ସୂଚନା ଦେଇଛନ୍ତି।

ସୂଚନା ମୁତାବକ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଚଇତି ଶୁଭ ଉଦ୍‌ଘାଟନ କରିବା ସହ ରାୟଗଡ଼ା ଜିଲାବାସୀଙ୍କୁ ସମ୍ବୋଧନ କରିବେ। ଏଥିସହ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିବେ ବୋଲି ଜିଲା ସଭାପତି ପଟ୍ଟନାୟକ ସୂଚନା ଦେଇଛନ୍ତି । ଭାଜପା ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଏହା ପ୍ରଥମ ଗସ୍ତ ହୋଇଥିବାରୁ ଭାଜପା ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ଆଗାମୀ ଦିନରେ ଦଳର ନୂତନ ଜିଲା ସଭାପତି ପାଇଁ ସାଂଗଠନିକ ନିର୍ବାଚନ ରହିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଗୁଡ୍‌ବୁକ୍‌ରେ ଆସିବା ପାଇଁ ଦଳରେ ନେତାମାନଙ୍କ ମଧ୍ୟରେ ଅଙ୍କକଷା ଆରମ୍ଭ ହୋଇଯାଇଛି ଅନ୍ୟପଟେ ରାଜ୍ୟରେ ଭାଜପା ସରକାର ଗଠନ କରିଥିଲେ ମଧ୍ୟ କୋରାପୁଟ ଲୋକ ସଭା ସମେତ ଏହା ଅଧୀନ ୬ଟି ବିଧାନସଭା ଆସନ କଂଗ୍ରେସ ଦଖଲରେ ରହିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?