ରାଜ୍ୟର ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୧୦।୧୧: ରାଜ୍ୟର ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍‌ଘାଟନ କରାଯବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ବାରଙ୍ଗ ବ୍ଲକ ଅରିଲୋ ଠାରେ ୩୦୦ କୋଟି ଟଙ୍କାର ଏହି ଅତ୍ୟାଧୁନିକ ସମ୍ପୂର୍ଣ୍ଣ ଅଟୋମଟିକ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କରିବେ। ରାଜ୍ୟର ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ କଟକ ନରାଜ ଶ୍ରୀ ଶ୍ରୀ ବିଶ୍ବବିଦ୍ୟାଳୟ ନିକଟ ଅରିଲୋ ଠାରେ ନିର୍ମିତ ହୋଇଛି । ଏହି ଅତ୍ୟାଧୁନିକ ଅଟୋମେଟିକ ଡାଏରୀ ପ୍ଲାଣ୍ଟକୁ ଦିନ ୧୧ଟା ୧୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ଏହା ମାଧ୍ୟମରେ ଓମଫେଡ ଦୈନିକ ୫ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରିପାରିବ। ଏହାଛଡା ଦିନକୁ ୨ ଲକ୍ଷ ଲିଟର କ୍ଷୀରରୁ ଦୁଗ୍ଧ ପାଉଡର ପ୍ରସ୍ତୁତ କରାଯାଇ ପାରିବ। ଏଥିସହିତ ବିଭିନ୍ନ ପ୍ରକାର ଦୁଗ୍ଧଜାତ ଉତ୍ପାଦ ଯଥା ଘିଅ, ଦହି, ଲସି ଓ ପନିର ଭଳି ସାମଗ୍ରୀ ପ୍ରସ୍ତୁତ କରାଯିବାର ବ୍ୟବସ୍ଥା ହୋଇଛି। ବନ୍ୟା, ବାତ୍ୟା ଓ ମହାମାରୀ ଭଳି ସମୟରେ ମଧ୍ୟ ଆଉ ଦୁଗ୍ଧ ବ୍ୟବସାୟୀଙ୍କୁ ହଇରାଣ ହେବାକୁ ପଡିବ ନାହିଁ କିମ୍ବା ମାର୍କେଟରେ କ୍ଷୀର ବିକ୍ରି କରି ନ ପାରିବା ଭଳି ଅସୁବିଧା ସୃଷ୍ଟି ହେବ ନାହିଁ । ରାଜ୍ୟର ସମସ୍ତ ଦୁଗ୍ଧ ଚାଷୀ ଏହି ମେଗା ପ୍ଲାଣ୍ଟ ଦ୍ବାରା ଉପକୃତ ହୋଇପାରିବେ ବୋଲି ଆଶା କରାଯାଉଛି । ଆଗକୁ ଏହି ପ୍ଲାଣ୍ଟର କ୍ଷମତା ୧୦ ଲକ୍ଷ ଲିଟରକୁ ବଢ଼ାଯିବା ସହ ଏଠାରେ ଏକ ଟ୍ରେନିଂ ସେଣ୍ଟର ଓ ରିସର୍ଚ୍ଚ ଭଳି କାର୍ଯ୍ୟକ୍ରମ କରାଯିବାର ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri