ଆଜି ଟିଟିଲାଗଡ଼ ରେଳ ଓଭରବ୍ରିଜ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଟିଟିଲାଗଡ଼/କେସିଙ୍ଗା,୯।୪(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାର ପ୍ରମୁଖ ସହର ତଥା ବ୍ୟସ୍ତବହୁଳ ରେଳ ଜଙ୍କସନ ଭାବେ ଟିଟିଲାଗଡ଼ ରେଲଓ୍ବେ ଷ୍ଟେଶନ ବେଶ୍‌ ଜଣାଶୁଣା। ଏହି ରେଳ ଓଭରବ୍ରିଜକୁ ଭିଡିଓ କନ୍ସଫରେନ୍ସିଂ ଦ୍ୱାରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନ ୫.୩୦ ମିନିଟ୍‌ରେ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଭିଡିଓ କନ୍ସଫରେନ୍ସିଂକୁ ପୂର୍ତ୍ତ ବିଭାଗର ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଉଦଘାଟନ କରିବେ।
ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସମିତ କୁମାର ତ୍ରିପାଠୀ, ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା, ଉପଜିଲାପାଳ ସୋମେଶ ଉପାଧ୍ୟାୟ ପ୍ରମୁଖ ମାନ୍ୟଗଣ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ରେଳ ଓଭର ବ୍ରିଜ ନିର୍ମାଣ ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ୩୮.୪୩ କୋଟି ଟଙ୍କାର ଅନୁଦାନ ଦିଆଯାଇଛି ଏବଂ ଭାରତୀୟ ରେଳ ବିଭାଗ ତରଫରୁ ୩୩.୧୬ କୋଟି ଟଙ୍କାର ଅନୁଦାନରେ ନିର୍ମାଣ କରାଯାଇଛି। ଏହି ଓଭର ବ୍ରିଜ ନିର୍ମାଣ ଦ୍ୱାରା କଳାହାଣ୍ଡି, ବଲାଙ୍ଗୀର ଆଦି ଅଞ୍ଚଳବାସୀ ଗମନାଗମନ କ୍ଷେତ୍ରରେ ସୁବିଧା ପାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri