ଆଜି ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କୁଜଙ୍ଗ,୧୬।୨ (ମନୋଜ ପ୍ରଧାନ): ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ ନିମନ୍ତେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତକୁ ଆସୁଛନ୍ତି। ଏଥିନିମନ୍ତେ ପ୍ରଶାସନ ଓ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ଗୁରୁବାର ଏରସମା-ବାଲିକୁଦା ବିଧାୟକ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ, ବିଧାୟକ ଅରୁଣ ସାହୁ, ଦଳୀୟ ପର୍ଯ୍ୟବେକ୍ଷକ ଗିରୀଶ ଦାଶ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଶାରଦା ଜେନା, ଇତିଶ୍ରୀ ଭୂୟାଁ, ଏରସମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ମହାପାତ୍ର,ପାରାଦୀପ ପୌରପାଳ ବସନ୍ତ କୁମାର ବିଶ୍ୱାଳ, ଏମ୍‌ପିଙ୍କ କୁଜଙ୍ଗ ବ୍ଲକ ପ୍ରତିନିଧି ତଥା ବ୍ଲକ ବିଜେଡି କାର୍ଯ୍ୟକାରୀ ସଭାପତି ସୁଢ଼ଳ ସ୍ବାଇଁ, ଗଡ଼କୁଜଙ୍ଗ ସରପଞ୍ଚଙ୍କ ପ୍ରତିନିଧି ଯଦୁନାଥ ଖଟୁଆ, ବିଜେଡି ନେତା ରମାକାନ୍ତ ଭୋଇ ପ୍ରମୁଖ ଶିଳାନ୍ୟାସ ସ୍ଥଳରେ ପହଁଞ୍ଚତ୍ ସ୍ଥିତି ପରିଖିଛନ୍ତି। ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପର ଓଡ଼ିଶା ମୁଖ୍ୟ ଅନିଲ ସିଂହ, ପାରାଦୀପର ଅତିରିକ୍ତ ଜିଲାପାଳ ନିରଞ୍ଜନ ବେହେରା ଓ ବରିଷ୍ଠ ପୋଲିସ ଅଧିକାରୀଙ୍କ ସମେତ ଢିଙ୍କିଆ ସରପଞ୍ଚ କିଶୋର କୁମାର ପରିଡା ଆଲୋଚନାକରି ଫେରିଛନ୍ତି। ସବୁଠାରୁ ବଡକଥା ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳର ଯେଉଁ ଗାଁରେ ସବୁ ମନୋମାଳିନ୍ୟ ଥିଲା ବୈଠକ ମାଧ୍ୟମରେ ନେତୃମଣ୍ଡଳୀମାନେ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଏହି କ୍ରମରେ ଅଞ୍ଚଳର ମୁରବିମାନେ ବୁଧବାର ସେମାନଙ୍କ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଆଲୋଚନା କରି ସମାଧାନ ନିମନ୍ତେ ପ୍ରତିଶ୍ରୁତି ପାଇଛନ୍ତି। ସେହି ଅନୁସାରେ ଗୁରୁବାର ତ୍ରିଲୋଚନପୁରଠାରେ ମହିଳାମାନଙ୍କ ବୈଠକ ଡକାଯାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ମିଳିଥିବା ପ୍ରତିଶ୍ରୁତି ସମ୍ପର୍କରେ ବିଜେଡି ଯୁବନେତା ତମିଲ ପ୍ରଧାନ ଓ ତନ୍ମୟ ସ୍ବାଇଁ ସେଠାରେ ପହଞ୍ଚତ୍ ଜଣାଇଛନ୍ତି। ମହିଳାମାନେ ଏହାକୁ ସ୍ବାଗତ କରିବାସହ ମୁଖ୍ୟମନ୍ତ୍ରୀଙ୍କ ସଭାକୁ ସଫଳ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପଟେ ସୁରକ୍ଷା ଦୃଷ୍ଟିରୁ ୧୦ ପ୍ଲାଟୁନ ଫୋର୍ସ, ୬୫୦ ଜଣ ଏପିଆର କନଷ୍ଟେବଳ ଓ ୧୦୦ଜଣ ସବ୍‌ଇନ୍ସପେକ୍ଟର ନିୟୋଜିତ ହୋଇଥିବା ଅଭୟଚାନ୍ଦପୁର ଥାନା ଅଧିକାରୀ ରାଜକିଶୋର ବେହେରା କହିଛନ୍ତି। ଘଟଣାସ୍ଥଳରେ ଜଗତ୍‌ସିଂହପୁରର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମରେନ୍ଦ୍ର ପଣ୍ଡା, ତିର୍ତ୍ତୋଲ ଏସ୍‌ଡିପିଓ ଚିନ୍ମୟ କୁମାର ରାଉତ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri