ମାଡ଼ି ଆସୁଛି ବାତ୍ୟା: ଅପରାହ୍ନରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୦: ଦାନା ବାନ୍ଧୁଛି ବାତ୍ୟା ‘ଦାନା’। ବଳ ଗୋଟାଉଛି। ଏକଜୁଟ୍‌ ହେଉଛି। ଯାହାକୁ ନେଇ ଏବେ ଏକପ୍ରକାର  ଆତଙ୍କିତ ହୋଇପଡ଼ଛନ୍ତି   ଓଡ଼ିଶାବାସୀ। ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇଛନ୍ତି ସରକାର । ତେବେ  ସୋମବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାତ୍ୟା ସମୀକ୍ଷା କରିବେ । ଲୋକସେବା ଭବନରେ ବାତ୍ୟା ମୁକାବିଲା ପାଇଁ ଏହି ସମୀକ୍ଷା ବୈଠକ ହେବ । ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ସଚିବ, ଏସ୍‌ଆରସି ଉପସ୍ଥିତ ରହିବେ ।
ସୂଚନାଯୋଗ୍ୟ, ଆସନ୍ତା ୨୩ ତାରିଖରେ ବାତ୍ୟା ସୃଷ୍ଟି ହୋଇ ୨୪ ତାରିଖ ସକାଳେ ଏହା ଓଡ଼ିଶା ଛୁଇଁବ ବୋଲିି ପାଣିପାଗ ବିଭାଗ ଆକଳନ କରିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିମି ରହିପାରେ । ସମ୍ଭାବ୍ୟ ବାତ୍ୟାକୁ ନେଇ  ସରକାର ସଜାଗ ଅଛନ୍ତି। ।
ଅନ୍ୟପକ୍ଷେ, ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି । ବାତ୍ୟାକୁ ନେଇ ଭୟଭୀତ ନ ହେବାକୁ ସେ କହିଛନ୍ତି । ସେହିପରି ସେ ଆହୁରି କହିଛନ୍ତି ‘ମୁଖ୍ୟ ସଚିବ, ଏସଆରସି ସମୀକ୍ଷା କରିଛନ୍ତି। ମୁଁ ବି ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲା ନୁହେଁ, ପୂରା ୩୦ ଜିଲାରେ ପ୍ରସ୍ତୁତି ଚାଲିଛି। ୩୦ ଜିଲାରେ ଓଡ୍ରାଫ ଟିମ୍‌ ମୁତୟନ ରହିବେ, ଆର୍‌ଏଫଙ୍କୁ ମଧ୍ୟ ଆଲର୍ଟ ରଖାଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡ଼ା ବାରଣ କରାଯାଇଛି। ଟ୍ରଲରମାଲିକ ଯଦି ଜୋର୍‌ କରି ପଠାନ୍ତି, ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ’ ।
ସେହିପରି ଲୋକଙ୍କୁ ସ୍ଥାନାନ୍ତରକୁ ନେଇ କହିଛନ୍ତି ଯେ, ‘ସମୟ ଯେତେ ପାଖେଇ ଆସିବ, ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ। ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁନି’ ବୋଲି ମନ୍ତ୍ରୀ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?