ମାର୍ଚ୍ଚ ୫ରେ ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୨୮।୨: ଆସନ୍ତା ମାର୍ଚ୍ଚ ୫ ତାରିଖ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଆସିବେ । ଏ ନେଇ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇ ସାରିଥିବା ବେଳେ ଜିଲା ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହି ଅବସରରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବରଗଡ଼ର ସ୍ଥାନୀୟ ପ୍ରେମିଶିଳା ମଣ୍ଡପରେ ମଙ୍ଗଳବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛ। ଉକ୍ତ ବୈଠକରେ ପୂର୍ବତନ ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ ସମ୍ବନ୍ଧରେ ସୂଚନା ଦେବା ସହିତ ବିଜୁ ଏକ୍ସପ୍ରେସ ପ୍ରକ୍ପଳର ଲୋକାର୍ପଣ ଉତ୍ସବ ସମ୍ବନ୍ଧରେ ଉଲ୍ଲେଖ କରିଥିଲେ । ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ, ଭଟଲି ବିଧାୟକ ସୁଶାନ୍ତ ସିଂ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଜିଲା ବିଜେଡି ପର୍ଯ୍ୟବେକ୍ଷକ ତଥା ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପ୍ରକଳ୍ପର ଚୂଡାନ୍ତ ରୂପରେଖ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରିଥିବା ବେଳେ କିଶୋର ଦେବତା ଓ ବରିଷ୍ଠ ବିଜେଡି ନେତା ବିମଳ ଦେବତା ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ ପାଇଁ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଏହି ପ୍ରସ୍ତୁତି ବୈଠକରେ ଶତାଧିକ ବିଜେଡି କର୍ମୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲା ସୋହେଲା ସମେତ ନୂଆପଡା, ଜୁନାଗଡ଼, ଆମ୍ବପାଣି ଆଦି ୪ଟି ସ୍ଥାନରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବାର ବିଜେଡି ନେତୃମଣ୍ଡଳୀ ସୂଚନା ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ର, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଉପାଧ୍ୟକ୍ଷ ରାଜେଶ ଅଗ୍ରୱାଲ, ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡାଙ୍କ ସମେତ ସମସ୍ତ ସରପଞ୍ଚ, ଜିଲ୍ଲା ପରିଷଦ ଓ ପୌର ପରିଷଦର କାଉନସିଲରବୃନ୍ଦ ଉପସ୍ଥିତ ଥିଲେ । ପରିଶେଷରେ ବରଗଡ଼ ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri