ନବମୀରେ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ପୂଜା ପାଇଁ କଟକ ସହର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ମଣ୍ଡପରେ ଗୁରୁବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ। ତେବେ ଦୁର୍ଗାପୂଜାରେ ୩ ପ୍ରମୁଖ ଦଳର ନେତୃବୃନ୍ଦ ପୂଜା ମଣ୍ଡପ ବୁଲି ମା’ଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଭାଜପା କଟକ ନଗର (ଜିଲା) ସଭାପତି ଲଲାଟେନ୍ଦୁ ବଡୁ, ପୂର୍ବତନ ମନ୍ତ୍ରୀ ସମୀର ଦେ, ଦଳର ବରିଷ୍ଠ ନେତା ନୟନ କିଶୋର ମହାନ୍ତି, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ ଓ ବିଧାୟକ ପ୍ରକାଶ ସେଠୀ ପ୍ରମୁଖ ଭେଟି କଟକର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରିବା ପାଇଁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମାଝୀ ଆସନ୍ତା ଶନିବାର ମହାନବମୀରେ କଟକ ଗସ୍ତ କରି ପୂଜା ମଣ୍ଡପ ବୁଲିବେ ବୋଲି ପ୍ରତିଶ୍ରୁତି ଦେଇଥିବା ବଡୁ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ସକାଳ ୯ଟା ୩୦ ମିନିଟ୍‌ରେ କଟକରେ ପହଞ୍ଚତ୍ବେ। ଚୌଧୁରୀ ବଜାର, ଚାନ୍ଦିନୀଚୌକ ଓ ମଙ୍ଗଳାବାଗ ଭଳି ୧୫ଟି ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କିଛିଦିନ ପୂର୍ବେ ଦଳର ନେତୃବୃନ୍ଦମାନେ ପୂଜା ମଣ୍ଡପ ବୁଲିବା ପାଇଁ ନିମନ୍ତ୍ରଣ କରିଥିଲେ। ଗୁରୁବାର ମହାସପ୍ତମୀରେ କଟକ ଗସ୍ତ କରିବା ପାଇଁ ନବୀନ ପ୍ରତିଶ୍ରୁତି ଦେଇଥିଲେ। ତେବେ ନବୀନଙ୍କ କଟକ ଗସ୍ତ ନେଇ ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଜିଲା ସଭାପତି ଦେବାଶିଷ ସାମନ୍ତରାୟ କହିଛନ୍ତି, ମହାସପ୍ତମୀରେ ନବୀନ ପଟ୍ଟନାୟକ କଟକ ଗସ୍ତ କରିବେ ନାହିଁ। ହେଲେ ଅନ୍ୟ ଦିନ ଅଥବା ଅଷ୍ଟମୀ, ନବମୀ ଓ ଦଶମୀରେ କଟକ ଆସି ପୂଜା ମଣ୍ଡପ ବୁଲିପାରନ୍ତି। ସେହିପରି ଦଶହରାରେ ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଓ ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମ ଦଳୀୟ କର୍ମୀଙ୍କ ସହ ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri