ନବମୀରେ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ପୂଜା ପାଇଁ କଟକ ସହର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ମଣ୍ଡପରେ ଗୁରୁବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ। ତେବେ ଦୁର୍ଗାପୂଜାରେ ୩ ପ୍ରମୁଖ ଦଳର ନେତୃବୃନ୍ଦ ପୂଜା ମଣ୍ଡପ ବୁଲି ମା’ଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଭାଜପା କଟକ ନଗର (ଜିଲା) ସଭାପତି ଲଲାଟେନ୍ଦୁ ବଡୁ, ପୂର୍ବତନ ମନ୍ତ୍ରୀ ସମୀର ଦେ, ଦଳର ବରିଷ୍ଠ ନେତା ନୟନ କିଶୋର ମହାନ୍ତି, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ ଓ ବିଧାୟକ ପ୍ରକାଶ ସେଠୀ ପ୍ରମୁଖ ଭେଟି କଟକର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରିବା ପାଇଁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମାଝୀ ଆସନ୍ତା ଶନିବାର ମହାନବମୀରେ କଟକ ଗସ୍ତ କରି ପୂଜା ମଣ୍ଡପ ବୁଲିବେ ବୋଲି ପ୍ରତିଶ୍ରୁତି ଦେଇଥିବା ବଡୁ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ସକାଳ ୯ଟା ୩୦ ମିନିଟ୍‌ରେ କଟକରେ ପହଞ୍ଚତ୍ବେ। ଚୌଧୁରୀ ବଜାର, ଚାନ୍ଦିନୀଚୌକ ଓ ମଙ୍ଗଳାବାଗ ଭଳି ୧୫ଟି ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କିଛିଦିନ ପୂର୍ବେ ଦଳର ନେତୃବୃନ୍ଦମାନେ ପୂଜା ମଣ୍ଡପ ବୁଲିବା ପାଇଁ ନିମନ୍ତ୍ରଣ କରିଥିଲେ। ଗୁରୁବାର ମହାସପ୍ତମୀରେ କଟକ ଗସ୍ତ କରିବା ପାଇଁ ନବୀନ ପ୍ରତିଶ୍ରୁତି ଦେଇଥିଲେ। ତେବେ ନବୀନଙ୍କ କଟକ ଗସ୍ତ ନେଇ ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଜିଲା ସଭାପତି ଦେବାଶିଷ ସାମନ୍ତରାୟ କହିଛନ୍ତି, ମହାସପ୍ତମୀରେ ନବୀନ ପଟ୍ଟନାୟକ କଟକ ଗସ୍ତ କରିବେ ନାହିଁ। ହେଲେ ଅନ୍ୟ ଦିନ ଅଥବା ଅଷ୍ଟମୀ, ନବମୀ ଓ ଦଶମୀରେ କଟକ ଆସି ପୂଜା ମଣ୍ଡପ ବୁଲିପାରନ୍ତି। ସେହିପରି ଦଶହରାରେ ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଓ ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମ ଦଳୀୟ କର୍ମୀଙ୍କ ସହ ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?