ମମତାଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୩: ପଶ୍ଚିମବଙ୍ଗର ନନ୍ଦିଗ୍ରାମରେ ପ୍ରଚାର କରିବା ବେଳେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ କରିଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ସୂଚନା ପାଇବା ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ ଯୋଗେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜାଣିଲି। ତାଙ୍କୁ ଶୀଘ୍ର ଆରୋଗ୍ୟ କାମନା ସହ ଉତ୍ତମ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ୬୬ ବର୍ଷୀୟ ମମତା ବାନାର୍ଜୀ ଗତକାଲି ନନ୍ଦିଗ୍ରାମ ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସେ ବୁଧବାର ସନ୍ଧ୍ୟାରେ ଅଭିଯୋଗ କରିଥିଲେ ଯେ ୪ରୁ ୫ ଜଣ ବ୍ୟକ୍ତି ତାଙ୍କ କାର୍‌ ପାଖକୁ ଆସି ଆକ୍ରମଣ କରିଥିଲେ। ଆକ୍ରମଣ ଅଭିଯୋଗ ପରେ ମମତାଙ୍କୁ କୋଲକାତାର ଗୋଟିଏ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲର ରିପୋର୍ଟ ଅନୁଯାୟୀ, ମମତାଙ୍କ ପାଦ, କାନ୍ଧ ଓ ବେକରେ ଆଘାତ ଲାଗିଛି। ଏଥିପାଇଁ ତାଙ୍କୁ ପେନ କିଲର ଦିଆଯାଇଛି। ପରୀକ୍ଷାରୁ ଜଣାପଡିଛି ଯେ ତାଙ୍କ ବାମ ଗୋଡ ଆଙ୍କେଲରେ ଗଭୀର ଆଘାତ ଲାଗିଛି। ଏହାବାଦ ପାଦ, ଆଣ୍ଠୁପାଖ ଅଞ୍ଚଳ, ଡାହାଣ କାନ୍ଧ ଓ ବେକରେ ମଧ୍ୟ ମାଡ ହୋଇଛି। ଘଟଣା ପରଠାରୁ ମୁଖ୍ୟମନ୍ତ୍ରୀ ଛାତିରେ ଯନ୍ତ୍ରଣା ଓ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବା କହୁଛନ୍ତି। ଆସନ୍ତା ୪୮ ଘଣ୍ଟା ଯାଏ ସୱତନ୍ତ୍ର ଡାକ୍ତରୀ ଟିମ ତାଙ୍କର ଅନୁଧ୍ୟାନ କରିବ ବୋଲି ଏସଏସକେଏମ ହସ୍ପିଟାଲର ଡାକ୍ତର ଏ ବନ୍ଦୋପାଧ୍ୟାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri