ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧(ବ୍ୟୁରୋ): ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଇଂରାଜୀ ନବବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି, ସୁଯୋଗ ଓ ସମ୍ଭାବନାର ବର୍ଷ ହେଉ। ଏହାସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟବାସୀଙ୍କ ପାଇଁ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

 

ସେହିପିରି ୫ଟି ସଚିବ ଭିକେ ପାଣ୍ଡିଆନ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସମସ୍ତଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି।