ଗଡ୍‌କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): କଟକ-ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୀର୍ଘ ୫ ବର୍ଷ ପରେ ମଧ୍ୟ ରାସ୍ତା କାମ ଶେଷ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ରାସ୍ତା ନିର୍ମାଣ କାମ ତୁରନ୍ତ ସାରିବା ପାଇଁ ମୁଖ୍ୟମନ୍ତ୍ରୀ ଶନିବାର କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି । ତୁରନ୍ତ ଏଥିପ୍ରତି ଦୃଷ୍ଟିଦେଇ ରାସ୍ତା କାମ ସାରିବାକୁ ସେ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି, ୨୦୧୭ରୁ ଏହି ରାଜପଥ କାମ ଭାରତର ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) କରୁଛି। ୫ ବର୍ଷ ବିତିଯାଇଥିଲେ ମଧ୍ୟ ଏହି କାର୍ଯ୍ୟ ଶେଷ ହୋଇନାହିଁ। ଜାତୀୟ ରାଜପଥ-୫୫ ପଶ୍ଚିମ ଓଡ଼ିଶାର ଜୀବନରେଖା। ଲକ୍ଷ ଲକ୍ଷ ଲୋକ ଏହି ରାସ୍ତା ଉପରେ ନିର୍ଭର କରୁଛନ୍ତି। ତେବେ ଏହି ରାସ୍ତାର ଅଧାପନ୍ତରିଆ ନିର୍ମାଣ କାର୍ଯ୍ୟ ଯୋଗୁ ବାରମ୍ବାର ଦୁର୍ଘଟଣା ଘଟି ବହୁ ଜୀବନହାନି ହେଉଛି। ଗତ ୨ ବର୍ଷ ମଧ୍ୟରେ ୩୯୯ଟି ଦୁର୍ଘଟଣାରେ ୧୯୬ ଜଣଙ୍କ ମୂଲ୍ୟବାନ ଜୀବନ ଯାଇଛି। ରାସ୍ତା କାମ ଶେଷ ହେବାରେ ବିଳମ୍ବ ହେତୁ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତେଣୁ ପ୍ରକଳ୍ପ କାମ ଶୀଘ୍ର ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗଡ଼କରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ନିର୍ମାଣରେ ହେଉଥିବା ବିଳମ୍ବକୁ ନେଇ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାସ୍ତାରୋକୋ କରାଯିବା ସହ ଜାତୀୟ ରାଜପଥ ପ୍ରାଧିକରଣଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଏପରି କି ଓଡ଼ିଶା ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ମଧ୍ୟ ଏହି ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ବହୁବାର ଚିଠିଲେଖି ଅନୁରୋଧ କରାଯାଇଛି। ଏହା ସତ୍ତ୍ୱେ ରାସ୍ତା କାମ ଅତ୍ୟନ୍ତ ଧିମା ଗତିରେ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri