ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚାଷୀଙ୍କ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ଧାର୍ଯ୍ୟ ସମୟରେ କେନ୍ଦ୍ର ସାର ଦେଉନି । ମାସିକିଆ କୋଟା ରାଜ୍ୟକୁ ମିଳୁନି । ଚାଷୀମାନେ ସାର ନପାଇ ହନ୍ତସନ୍ତ ହେଉଛନ୍ତି। ଖରିଫ ଋତୁରେ ଡିଏପି ସାର ୩୧ ପ୍ରତିଶତ କମ୍‌ ମିଳିଛି । ଚାଷୀଙ୍କ ହିତ ପାଇଁ କେନ୍ଦ୍ର ସରକାର ଓଡ଼ିଶାର ମାସିକିଆ କୋଟା ସାର ଯୋଗାଇ ଦେଉ । ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।