Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ରାୟପୁର,୨।୧୨: ଅନଲାଇନ ବେଟିଂର ବେଆଇନ ବ୍ୟବସାୟ ସହ ଜଡିତ ପ୍ଲାଟଫର୍ମ ଏବଂ ୱେବସାଇଟ ଉପରେ ପ୍ରତିବନ୍ଧକ ଲଗାଇବାକୁ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ସେ ଚିଠିରେ ଲେଖିଛନ୍ତି ଯେ ଗତ କିଛି ବର୍ଷ ଧରି ଅନଲାଇନ ବେଟିଂ ଏବଂ ଗେମିଂ ମାଧ୍ୟମରେ ଜୁଆ ଖେଳ ଏବଂ ସଟ୍ଟା ବ୍ୟବସାୟ ଦେଶବ୍ୟାପୀ ବୃଦ୍ଧି ପାଇଛି। ଏହାର ଅପରେଟରମାନେ ବିଦେଶରେ ବେଆଇନ ବ୍ୟବସାୟ ଚଳାଉଛନ୍ତି। ଏହା ଉପରେ କେବଳ କେନ୍ଦ୍ରୀୟ ସ୍ତରର କାର୍ଯ୍ୟ ସମ୍ଭବ।

ଛତିଶଗଡ ସରକାର ଏବଂ ଏହାର ପୋଲିସ ପ୍ରଶାସନ ଆରମ୍ଭରୁ ଏହି ବେଆଇନ ବ୍ୟବସାୟ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଅନେକ ଅପରାଧ ମଧ୍ୟ ପଞ୍ଜୀକୃତ ହୋଇଛି ଏବଂ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ଏବଂ ସେମାନଙ୍କ ସମ୍ପତ୍ତି ଜବତ କରିବାରେ ସଫଳତା ହାସଲ କରାଯାଇଛି। ସେ ଚିଠିରେ ଲେଖିଛନ୍ତି ଯେ ଛତିଶଗଡ ପୋଲିସ ମାର୍ଚ୍ଚ ୨୦୨୨ ପରଠାରୁ ଏହି ଘଟଣାରେ ୯୦ ରୁ ଅଧିକ ଅପରାଧିକ ମାମଲା ରୁଜୁ କରିଛି ଯେଉଁଥିରେ ୪୫୦ରୁ ଅଧିକ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଏଥି ସହିତ ବ୍ୟାଙ୍କ ଆକାଉଣ୍ଟରେ ୧୬କୋଟି ଟଙ୍କା ଫ୍ରିଜ ହୋଇଛି। ଅନେକ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ଏହା ସହିତ ରାଜ୍ୟ ପୋଲିସ ମଧ୍ୟ ଅନ୍ୟ ରାଜ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ତାଙ୍କ ଚିଠିରେ ଲେଖିଛନ୍ତି ଯେ ବ୍ୟବସାୟରେ ବ୍ୟବହୃତ ଆନ୍ତର୍ଜାତୀୟ ମୋବାଇଲ ନମ୍ବର, ଇମେଲ ଆଇଡି, ଟେଲିଗ୍ରାମ, ହ୍ବାଟସ ଆପ, ୟୁଆରଏଲ ଲିଙ୍କ, ଇନଷ୍ଟାଗ୍ରାମ ଏବଂ ଏପିକେ ଫାଇଲଗୁଡ଼ିକୁ ଚିହ୍ନଟ କରାଯାଇ ନିଷେଧ କରାଯିବା ଉଚିତ। ଅନଲାଇନ ବେଟିଂ, ଜୁଆ ଖେଳ ଏବଂ ବେଟିଂ ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କ ଅପରାଧିକ କାର୍ଯ୍ୟକଳାପକୁ ଆନ୍ତର୍ଜାତୀୟ ସ୍ତରରେ ପରିଣତ କରାଯିବା ଉଚିତ। ଏହି ବ୍ୟବସାୟକୁ ରୋକିବା ପାଇଁ ପ୍ରତିଷେଧକ ପଦକ୍ଷେପ ଗ୍ରହଣ କରିବାର ପ୍ରବଳ ଆବଶ୍ୟକତା ଅଛି। ଏହା ସହିତ ଅଭିଯୁକ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ବେଆଇନ କାର୍ଯ୍ୟ ତୁରନ୍ତ ବନ୍ଦ କରାଯିବା ଉଚିତ, ଯାହା କେନ୍ଦ୍ରୀୟ ସ୍ତରରେ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?