କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୮ା୩(ବ୍ୟୁରୋ):ଖରିଫ ବିପଣନ ବର୍ଷ ୨୦୨୨-୨୩ରେ ଓଡ଼ିଶାରେ ୨୦ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ବଳକା ରହିଯିବ। ଏହି ବଳକା ଚାଉଳ କେନ୍ଦ୍ର ସରକାର ନ ଉଠାଇଲେ ଆଗାମୀ ଋତୁରେ ଧାନ ସଂଗ୍ରହ କାର୍ଯ୍ୟ ଗଭୀର ଭାବେ ବାଧାପ୍ରାପ୍ତ ହେବ। ରାଜ୍ୟର ଲକ୍ଷ ଲକ୍ଷ ଚାଷୀଙ୍କ ଜୀବନ ଜୀବିକାକୁ ଏହା ପ୍ରଭାବିତ କରିବାର ସମ୍ଭାବନା ଯଥେଷ୍ଟ ରହିଛି। ଏହାକୁ ଦୃଷ୍ଟିରେ ରଖି ୨୦ ଲକ୍ଷ ମେଟ୍ରିକ୍‌ ଟନ୍‌ (୧୭ ଲକ୍ଷ ମେଟ୍ରିକ୍‌ ଟନ୍‌ ଉଷୁନା ଏବଂ ୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଅରୁଆ) ଅତିରିକ୍ତ ବଳକା ଚାଉଳ ତୁରନ୍ତ ଉଠାଯିବା ଦରକାର। ଏଥିପାଇଁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋୟଲଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସୋମବାର କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।
ନବୀନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଚଳିତ ଖରିଫ୍‌ ଋତୁରେ ରେକର୍ଡ ସଂଖ୍ୟକ ଚାଷୀ ୧୪ ଲକ୍ଷ ୯୪ ହଜାର ୩୨୦ ଜଣ ସରକାରଙ୍କୁ ଧାନ ବିକ୍ରି କରିଛନ୍ତି। ଖରିଫ ବିପଣନ ବର୍ଷ ୨୦୨୨-୨୩ ଆସନ୍ତା ୩୧ ତାରିଖରେ ଶେଷ ହୋଇଯାଉଛି। ପ୍ରାୟ ୬୫.୨୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ (୪୪.୨୩ ଲକ୍ଷ ମେଟ୍ରିକ୍‌ ଟନ୍‌ ପରିମାଣର ଚାଉଳ) ଗତ ୨୨ ତାରିଖ ସୁଦ୍ଧା ସଂଗ୍ରହ କରାଯାଇଛି। ଚାଷୀଙ୍କଠାରୁ ଧାନ କିଣିବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଖାତାକୁ ଏମ୍‌ଏସ୍‌ପି ବାବଦରେ ପ୍ରାୟ ୧୩,୦୮୧ କୋଟି ଟଙ୍କା ପଠାସରିଛି। ଆଉ ୧୦ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ସଂଗ୍ରହ ହେବା ନେଇ ଆଶା କରାଯାଉଛି। ମୋଟ୍‌ ୫୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ଖରିଫ୍‌ ବିପଣନ ବର୍ଷ ୨୦୨୨-୨୩ରେ ସଂଗ୍ରହ ହେବାର ସମ୍ଭାବନା ରହିଛି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମ ଏବଂ ଅନ୍ୟ କଲ୍ୟାଣକାରୀ କାର୍ଯ୍ୟକ୍ରମ ଜରିଆରେ ୨୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ବ୍ୟବହୃତ ହେବ। କେନ୍ଦ୍ର ସରକାରଙ୍କ ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗ ୧୦.୩୩ ଲକ୍ଷ ମେଟ୍ରିକ୍‌ ଟନ୍‌ (ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଏବଂ ଦ୍ବିତୀୟ ପର୍ଯ୍ୟାୟେର ୬.୩୩ ଲକ୍ଷ ମେଟ୍ରିକ୍‌ ଟନ୍‌) ଭିଟାମିନ ଯୁକ୍ତ ଉଷୁନା ଚାଉଳ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ଜରିଆରେ ଓଡ଼ିଶାରୁ ୨୦୨୨-୨୩ ଖରିଫ ବିପଣନ ବର୍ଷରେ ସଂଗ୍ରହ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏଥିଯୋଗୁ ରାଜ୍ୟରେ ପାଖାପାଖି ୨୦ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ବଳକା ରହିଯିବ। ତେଣୁ ମୁଖ୍ୟମନ୍ତ୍ରୀ ଚାଷୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଅତିରିକ୍ତ ଭାବେ ୨୦ ଲକ୍ଷ ମେଟ୍ରିକ୍‌ ଟନ୍‌ ବଳକା ଚାଉଳ ଗ୍ରହଣ କରିବା ପାଇଁ ଗୋୟଲଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri