କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୮ା୩(ବ୍ୟୁରୋ):ଖରିଫ ବିପଣନ ବର୍ଷ ୨୦୨୨-୨୩ରେ ଓଡ଼ିଶାରେ ୨୦ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ବଳକା ରହିଯିବ। ଏହି ବଳକା ଚାଉଳ କେନ୍ଦ୍ର ସରକାର ନ ଉଠାଇଲେ ଆଗାମୀ ଋତୁରେ ଧାନ ସଂଗ୍ରହ କାର୍ଯ୍ୟ ଗଭୀର ଭାବେ ବାଧାପ୍ରାପ୍ତ ହେବ। ରାଜ୍ୟର ଲକ୍ଷ ଲକ୍ଷ ଚାଷୀଙ୍କ ଜୀବନ ଜୀବିକାକୁ ଏହା ପ୍ରଭାବିତ କରିବାର ସମ୍ଭାବନା ଯଥେଷ୍ଟ ରହିଛି। ଏହାକୁ ଦୃଷ୍ଟିରେ ରଖି ୨୦ ଲକ୍ଷ ମେଟ୍ରିକ୍‌ ଟନ୍‌ (୧୭ ଲକ୍ଷ ମେଟ୍ରିକ୍‌ ଟନ୍‌ ଉଷୁନା ଏବଂ ୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଅରୁଆ) ଅତିରିକ୍ତ ବଳକା ଚାଉଳ ତୁରନ୍ତ ଉଠାଯିବା ଦରକାର। ଏଥିପାଇଁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋୟଲଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସୋମବାର କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।
ନବୀନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଚଳିତ ଖରିଫ୍‌ ଋତୁରେ ରେକର୍ଡ ସଂଖ୍ୟକ ଚାଷୀ ୧୪ ଲକ୍ଷ ୯୪ ହଜାର ୩୨୦ ଜଣ ସରକାରଙ୍କୁ ଧାନ ବିକ୍ରି କରିଛନ୍ତି। ଖରିଫ ବିପଣନ ବର୍ଷ ୨୦୨୨-୨୩ ଆସନ୍ତା ୩୧ ତାରିଖରେ ଶେଷ ହୋଇଯାଉଛି। ପ୍ରାୟ ୬୫.୨୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ (୪୪.୨୩ ଲକ୍ଷ ମେଟ୍ରିକ୍‌ ଟନ୍‌ ପରିମାଣର ଚାଉଳ) ଗତ ୨୨ ତାରିଖ ସୁଦ୍ଧା ସଂଗ୍ରହ କରାଯାଇଛି। ଚାଷୀଙ୍କଠାରୁ ଧାନ କିଣିବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଖାତାକୁ ଏମ୍‌ଏସ୍‌ପି ବାବଦରେ ପ୍ରାୟ ୧୩,୦୮୧ କୋଟି ଟଙ୍କା ପଠାସରିଛି। ଆଉ ୧୦ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ସଂଗ୍ରହ ହେବା ନେଇ ଆଶା କରାଯାଉଛି। ମୋଟ୍‌ ୫୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ଖରିଫ୍‌ ବିପଣନ ବର୍ଷ ୨୦୨୨-୨୩ରେ ସଂଗ୍ରହ ହେବାର ସମ୍ଭାବନା ରହିଛି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମ ଏବଂ ଅନ୍ୟ କଲ୍ୟାଣକାରୀ କାର୍ଯ୍ୟକ୍ରମ ଜରିଆରେ ୨୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ବ୍ୟବହୃତ ହେବ। କେନ୍ଦ୍ର ସରକାରଙ୍କ ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗ ୧୦.୩୩ ଲକ୍ଷ ମେଟ୍ରିକ୍‌ ଟନ୍‌ (ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଏବଂ ଦ୍ବିତୀୟ ପର୍ଯ୍ୟାୟେର ୬.୩୩ ଲକ୍ଷ ମେଟ୍ରିକ୍‌ ଟନ୍‌) ଭିଟାମିନ ଯୁକ୍ତ ଉଷୁନା ଚାଉଳ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ଜରିଆରେ ଓଡ଼ିଶାରୁ ୨୦୨୨-୨୩ ଖରିଫ ବିପଣନ ବର୍ଷରେ ସଂଗ୍ରହ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏଥିଯୋଗୁ ରାଜ୍ୟରେ ପାଖାପାଖି ୨୦ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ବଳକା ରହିଯିବ। ତେଣୁ ମୁଖ୍ୟମନ୍ତ୍ରୀ ଚାଷୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଅତିରିକ୍ତ ଭାବେ ୨୦ ଲକ୍ଷ ମେଟ୍ରିକ୍‌ ଟନ୍‌ ବଳକା ଚାଉଳ ଗ୍ରହଣ କରିବା ପାଇଁ ଗୋୟଲଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri