‘ସୁନନ୍ଦା ସମ୍ମାନ’କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର, ୨୩ା୧୦ (ବ୍ୟୁରୋ) :ଶାସ୍ତ୍ରୀୟ ସଙ୍ଗୀତରେ ଉତ୍କର୍ଷ ଲାଗି ରାଜ୍ୟର ଜଣେ ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ମିଳିବ। ବିଶିଷ୍ଟ ସଙ୍ଗୀତ ଗୁରୁ ସ୍ବର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ନାମରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ୨ ଲକ୍ଷ ୫୦ ହଜାର ଟଙ୍କା ଦିଆଯିବ। ପୂର୍ବରୁ ଏନେଇ ଘୋଷଣା ହୋଇଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ସୁନନ୍ଦା ସମ୍ମାନ’କୁ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ, ସୁନାମଧନ୍ୟ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ତଥା ସଙ୍ଗୀତ ସାମ୍ରାଜ୍ଞୀ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ‘ସୁନନ୍ଦା ସମ୍ମାନ’ ଓ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ତାଙ୍କ ପରଲୋକ ପରେ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଥିଲେ। ତେବେ ଏହି ଘୋଷଣା ଅନୁସାରେ, ଶାସ୍ତ୍ରୀୟ ସଙ୍ଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରତିବର୍ଷ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯିବ। ସେହିଭଳି ଶାସ୍ତ୍ରୀୟ ସଙ୍ଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷା ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର’ ପ୍ରତିଷ୍ଠା କରାଯିବ। ପୁରୀ ଓ କଟକରେ ଥିବା ତାଙ୍କ ବାସଭବନକୁ ତାଙ୍କ ପରିବାରର ଅନୁମତିକ୍ରମେ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ଏଥିସହ ସୁନନ୍ଦାଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଓ ଅନ୍ୟାନ୍ୟ ସାମଗ୍ରୀକୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ପରିସରରେ ଏକ ସ୍ବତନ୍ତ୍ର ଗ୍ୟାଲେରୀରେ ସଂରକ୍ଷିତ କରି ରଖିବା ପାଇଁ ବ୍ୟବସ୍ଥା କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତିବର୍ଷ ସ୍ବର୍ଗତ ପଟ୍ଟନାୟକଙ୍କ ଜୟନ୍ତୀ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ପାଳନ କରାଯିବ ବୋଲି ଘୋଷଣା ହୋଇଥିଲା।  ସବୁଜ ଯୁଗର ପ୍ରଖ୍ୟାତ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଝିଅ ସୁନନ୍ଦା ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତରେ ଜଣେ ନିପୁଣ କଣ୍ଠଶିଳ୍ପୀ ଥିଲେ। ବିଧିବଦ୍ଧ ସଙ୍ଗୀତ ଶିକ୍ଷା ନ କରି ମଧ୍ୟ ପିଲାଦିନୁ ଗୀତ ଶୁଣି ଶୁଣି ନିଜେ ଗାଉଥିଲେ ଓ ପରବର୍ତ୍ତୀ ସମୟରେ ସଙ୍ଗୀତ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ୨୦୨୦ ଜାନୁୟାରୀ ୧୯ରେ ୮୫ବର୍ଷ ବୟସରେ ଏହି ଖ୍ୟାତନାମା କଣ୍ଠଶିଳ୍ପୀ ଆଖି ବୁଜିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri