ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତି ସୋମବାରରେ ଜନସାଧାରଣଙ୍କ ଅଭିଯୋଗ ଶୁଣୁଥିଲେ। ତେବେ ଆସନ୍ତାକାଲି ଏହି ଜନଶୁଣାଣି ବନ୍ଦ ରହିବ ବୋଲି ଆଜି  ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କାରଣ କାଲିଠାରୁ ସପ୍ତଦଶ ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏହି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ।

ଆସନ୍ତାକାଲିଠୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ। ତା’ ପୂର୍ବରୁ ଆଜି ସରିଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri