ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ତଥା ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଏମ୍ସ ସୁପରିଟେଣ୍ଡେଣ୍ଟ୍‌ ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି । ପ୍ରଶାନ୍ତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତିି, ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ପ୍ରଶାନ୍ତ ପୂର୍ବତନ ରଣଜୀ ଖେଳାଳି ତଥା ବିସିସିଆଇର ମ୍ୟାଚ ରେଫରୀ ଥିଲେ। ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ୍‌ ଖେଳି ସେ ସୁନାମ ଅର୍ଜନ କରିଥିଲେ।