ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ବିଜେଡି ପକ୍ଷରୁ ଭିନ୍ନ ଢଙ୍ଗରେ ନିର୍ବାଚନୀ ପ୍ରଚାର କରାଯାଇଛି। ବିଜେଡି ଅଧ୍ୟକ୍ଷା ପ୍ରାର୍ଥିନୀ, କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ ନିମନ୍ତେ ଖୋଦ୍‌ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡଃ.ଗୋପବନ୍ଧୁ ଦାସ ଓ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ସାମିଲ ହୋଇ ରୋଡ୍‌ ଶୋ’ ମାଧ୍ୟମରେ ନିର୍ବାଚନ ପ୍ରଚାରକୁ ଜୋରଦାର କରିଛନ୍ତି । ଏହା ସହ ଭୋଟରମାନଙ୍କୁ ଆକୃଷ୍ଟ କରିବା ନିମନ୍ତେ ସିନେ ଅଭିନେତ୍ରୀ ଏଲିନା ସାମନ୍ତରାୟ ଓ ଅଭିନେତା ସମ୍ବିତ ଆଚାର୍ଯ୍ୟ ମଧ୍ୟ ସହରର ବିଭିନ୍ନ ଓ୍ବାର୍ଡରେ ବୁଲି ବିଜେଡିର ଅଧ୍ୟକ୍ଷା ପ୍ରାର୍ଥିନୀ ଟି. ଲକ୍ଷ୍ମୀଙ୍କ ସମେତ ସମସ୍ତ କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀମାନଙ୍କ ନିମନ୍ତେ ପ୍ରଚାର କରିଛନ୍ତି।
ଏହି ରୋଡ୍‌ ଶୋ’ରେ ଛତ୍ରପୁର ନଗର ବିଜେଡି ସଭାପତି ବି. ରାଜୁବାବୁ, ଉପସଭାପତି ଅଟଳ ବିହାରୀ ପଟ୍ଟନାୟକ, ଯୁବ ବିଜେଡି ସଭାପତି ଟି. ଚନ୍ଦ୍ର ଶେଖର ରାଓ, ଜିଲା ପରିଷଦ ସଭ୍ୟ ଏମ୍‌. ଧନଞ୍ଜୟ ରେଡ୍ଡି, ଅହିଭୂଷଣ ସାହୁ, ପୂର୍ବତନ କାଉନସିଲର ରାଜେଶ କୁମାର ସାହୁ, କିଶୋର ଚନ୍ଦ୍ର ସେନାପତି, ବାଦଲ କୁମାର ପାଣ୍ଡି, ପୂର୍ବତନ ଏନ୍‌ଏସି ଉପାଧ୍ୟକ୍ଷ ପ୍ରଦୋଷ କୁମାର ବେହେରା, ୧ ନଂ ଓ୍ବାର୍ଡ କାଉନସିଲର ବିଜେଡି ପ୍ରାର୍ଥୀ ପି. ଜଗଦୀଶ କୁମାର, ୨ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥୀ ଆଫତାବ ହୁସେନ, ୩ ଓ୍ବାର୍ଡ କାଉନସିଲର ପ୍ରାର୍ଥିନୀ ମାମା ସେଠୀ, ୪ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥୀ ଜି. ପାପା ରାଓ, ୫ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥିନୀ ଡି. ଇନ୍ଦୁ, ୭ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥିନୀ ଏମ. ଓ୍ବାଣି ସେନାପତି, ୮ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥୀ କେ. ରମେଶ, ୯ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥିନୀ ପ୍ରୀତିଛନ୍ଦା ସାମଲ, ୧୦ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥୀ ଏସ୍‌. ଜଗଦୀଶ ରାଓ, ୧୧ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥିନୀ ସନ୍ତୋଷୀ ସେଠୀ, ୧୨ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥିନୀ ବି. ନିଶ୍ଚଳା, ୧୩ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥୀ ସୁମନ୍ତ କୁମାର ନାହାକ ଓ ୧୪ ନଂ ଓ୍ବାର୍ଡ କାଉନସିଲର ପ୍ରାର୍ଥୀ ପି. ତେଜାବତୀ ରାଓଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri